ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା-୨୦୨୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର, ୧୨।୧: ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା ୨୦୨୫ ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଅଛି ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ। ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ଏହି ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପବିତ୍ର ସହର ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ।

ନିମ୍ନଲିଖିତ ଭାବେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ:

୧. ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା କଟକ, ଯଖପୁରା (ଯାଜପୁର), କେନ୍ଦୁଝରଗଡ, ନୟାଗଡ଼ (ଯୋଡ଼ା ଅଞ୍ଚକ)-ବୋକାରୋ-ଗୟା-ପ୍ରୟାଗରାଜ।

ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୧, ୮, ୨୨ ତାରିଖ ଓ ଫେବୃୟାରୀ ମାସ ୫, ୧୯, ୨୬ ତାରିଖ ଦିନ ବୁଧବାର ଦିନମାନଙ୍କରେ ଭୁବନେଶ୍ୱର ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ। ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ।

୨. ପୁରୀ-ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଭାୟା ଖୋର୍ଦ୍ଧା ରୋଡ଼ -ଭୁବନେଶ୍ୱର-କଟକ -ଯାଜପୁର କେନ୍ଦୁଝର ରୋଡ଼ -ଭଦ୍ରକ-ବାଲେଶ୍ୱର -ଗୟା-ପ୍ରୟାଗରାଜ।

ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୬ ଓ ୨୦ ତାରିଖ ଓ ଫେବୃୟାରୀ ମାସ ୧୭ ତାରିଖ ଦିନ ସୋମବାର ଦିନମାନଙ୍କରେ ପୁରୀ ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି ଭୁବନେଶ୍ୱର-ଭଦ୍ରକ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ ଜ୍ଝ ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ।

୩. ଟିଟିଲାଗଡ-ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବଲାଙ୍ଗୀର – ବରଗଡ଼ – ସମ୍ବଲପୁର-ଝାରସୁଗୁଡା-ରାଉରକେଲା (ସୁନ୍ଦରଗଡ଼ ଜିଲା)-ଡ଼ିଡ଼ିୟୁ-ପ୍ରୟାଗରାଜ।

ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୯, ୧୬, ୨୩ ତାରିଖ ଓ ଫେବୃୟାରୀ ମାସ ୬, ୨୦, ୨୭ ତାରିଖ ଦିନ ଗୁରୁବାର ଦିନମାନଙ୍କରେ ଟିଟିଲାଗଡ଼ ଠାରୁ ଅପରାହ୍ନ ୧୨ଘ.୩୦ମି.ରେ ଛାଡି ବଲାଙ୍ଗୀର, ବରଗଡ଼ ରୋଡ, ସମ୍ବଲପୁର-ଝାରସୁଗୁଡା-ରାଉରକେଲା, ଡ଼ିଡ଼ିୟୁ-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ। ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ।

୪. ବିଶାଖାପାଟନମ୍-ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ।

ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୯, ୧୬, ୨୩ ତାରିଖ ଓ ଫେବୃୟାରୀ ମାସ ୬, ୨୦, ୨୭ ତାରିଖ ଦିନ ଗୁରୁବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ଅପରାହ୍ନ ୦୫ଘ.୩୫ମି.ରେ ଛାଡି ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ ଜ୍ଝ ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ଯାହାକି ଦକ୍ଷିଣ ଓଡିଶା ଅଞ୍ଚଳକୁ ସୁବିଧା ପ୍ରଦାନ କରିବ।

୫. ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବ୍ରହ୍ମପୁର/ଗଞ୍ଜାମ ଜିଲ୍ଲା, ଖୋର୍ଦ୍ଧା ରୋଡ଼,-ଭୁବନେଶ୍ୱର-ନରାଜ ମାର୍ଥାପୁର (କଟକ ଅଞ୍ଚଳ)-ଢେଙ୍କାନାଳ -ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା।

ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୫ ଓ ୧୯ ତାରିଖ ଏବଂ ଫେବୃୟାରୀ ମାସ ୧୬ ତାରିଖ ଦିନ ରବିବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ରାତ୍ରି ୧୦ଘ.୨୦ମି.ରେ ଛାଡି ଭୁବନେଶ୍ୱର-ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ ଜ୍ଝ ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ।

୬. ତିରୁପତି – ବନାରସ -ତିରୁପତି ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା।

୭. ନରସପୁର – ବନାରସ -ନରସପୁର ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା।

ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ବିଶ୍ୱର ସର୍ବବୃହତ ଧାର୍ମିକ ସମାବେଶ ମହାକୁମ୍ଭ ମେଳାକୁ ଯାତ୍ରା କରୁଥିବା ହଜାର ହଜାର ଭକ୍ତଙ୍କୁ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ବିଶେଷ ଭାବେ ଚଳାଚଳ କରୁଅଛି। ରେଳ ଦ୍ୱାରା ଯଥେଷ୍ଟ ଗମନାଗମନ ସଂଯୋଗ ଏବଂ ସୁବିଧାଜନକ କାର୍ୟ୍ୟସୂଚୀ ସହିତ ସମସ୍ତ ଯାତ୍ରୀଙ୍କ ପାଇଁ ଏକ ନିରାପଦ, ସୁଗମ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ପ୍ରତିବଦ୍ଧ ଅଟେ।

ଟ୍ରେନ୍ କାର୍ୟ୍ୟସୂଚୀ, ବୁକିଂ ଏବଂ ଅନ୍ୟାନ୍ୟ ଭ୍ରମଣ ସମ୍ବନ୍ଧୀୟ ସୂଚନା ଗୁଡିକ ସମ୍ବନ୍ଧରେ ଅଧିକ ବିବରଣୀ ପାଇଁ ଯାତ୍ରୀମାନଙ୍କୁ ରେଳବାଇ ୱେବସାଇଟ୍ ପରିଦର୍ଶନ କରିବାକୁ କିମ୍ବା ଷ୍ଟେସନ ମାନଙ୍କ ଠାରେ ଉପଲବ୍ଧ ଇନକ୍ୱାରୀ କାଉଣ୍ଟର ସହିତ ଯୋଗାଯୋଗ କରିବାକୁ କୁହାଯାଇଅଛି।

ଓଡିଶାରୁ ଓ ଓଡିଶା ମଧ୍ୟଦେଇ ଚଳାଚଳ କରୁଥିବା କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଗୁଡିକ ଓଡ଼ିଶାର ସମସ୍ତ ରେଳମାର୍ଗ ସହିତ ଯୋଡ଼ାଯାଇଅଛି ଯେପରିକି ସମସ୍ତ ଜିଲା ମାନଙ୍କରୁ ପ୍ରୟାଗ କୁମ୍ଭମେଳା ଯିବାପାଇଁ ଯାତ୍ରା ସୁବିଧା ଯୋଗାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?