Posted inଜାତୀୟ

ମହାକୁମ୍ଭ ମେଳାରେ ଦଳାଚକଟା: ୩୦ ମୃତ, ୬୦ରୁ ଅଧିକ ଆହତ

ପ୍ରୟାଗରାଜ/ନୂଆଦିଲ୍ଲୀ,୨୯ା୧: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ବଡ଼ ଧରଣର ଅଘଟଣ ଘଟିଛି। ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ ଅନେକ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଇଥିବାବେଳେ ଦଳାଚକଟା ହୋଇଛି। ଏଥିରେ ଅନେକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ସଂଖ୍ୟା ୩୦ ବୋଲି କୁହାଯାଉଥିଲେ ହେଁ ପ୍ରକୃତ ସଂଖ୍ୟା ଅଧିକ ହୋଇଥିବା ଆଶଙ୍କା କରାଯାଉଛି।

ତେବେ ବର୍ତ୍ତମାନ ସଙ୍ଗମ ଅଞ୍ଚଳର ପରିସ୍ଥିତି ସ୍ୱାଭାବିକ ହୋଇଛି, କିନ୍ତୁ ମହାକୁମ୍ଭରେ ସ୍ନାନ କରିବା ପାଇଁ ସେଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଜାନୁଆରୀ ୧୩ରୁ ଆରମ୍ଭ ହୋଇଥିବା ମହାକୁମ୍ଭରେ ଏପର୍ଯ୍ୟନ୍ତ ପ୍ରାୟ ୨୦ କୋଟି ଲୋକ ଗଙ୍ଗାରେ ବୁଡ଼ ପକାଇ ସାରିଛନ୍ତି। ଆଜି ଅର୍ଥାତ୍ ବୁଧବାର ମୌନୀ ଅମାବାସ୍ୟାରେ ୧୦ କୋଟିରୁ ଅଧିକ ଭକ୍ତ ପହଞ୍ଚିବେ ବୋଲି ଆଶା କରାଯାଉଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରମୁଖ ଶୋକ ବ୍ୟକ୍ତ କରିବା ସହ ସୋସିଆଲ ମିଡିଆରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଜାନୁଆରୀ ୧୯ରେ ମହାକୁମ୍ଭ ମେଳାର ସେକ୍ଟର ୧୯ରେ ନିଅଁା ଲାଗି ୧୮ଟି ଟେଣ୍ଟ ଜଳିଯାଇଥିବାବେଳେ ସଦ୍ୟ ଅଭାବନୀୟ ଦଳାଚକଟା ଏହି ଧର୍ମୀୟ କାର୍ଯ୍ୟକ୍ରମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ଉଠାଇଛି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଭିଆଇପି ସଂସ୍କୃତି ଯୋଗୁ ଏପରି ଘଟିଥିବା ଦର୍ଶାଇ କେନ୍ଦ୍ର ଏବଂ ୟୁପିର ଭାଜପା ସରକାରଙ୍କୁ ଘେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri