Posted inରାଜ୍ୟ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଚାରିଲେ-‘ଏ ମାହଲ ମାଣ୍ଡା କେଉଁଠୁ ଆସିଲା’

ଭୁବନେଶ୍ୱର,୨୦।୧: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ”ମାହାଲ ମାଣ୍ଡା” ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଦ୍ୱାରା ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରିଛନ୍ତି। ଏବେ ଏହି ମାମଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ କଟାକ୍ଷ କରିଛନ୍ତି।

ଶକ୍ତି ବନ୍ଦନ କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବକ୍ତବ୍ୟ ଦେବା ସମୟରେ କହିଛନ୍ତି ଯେ, ‘ଓଡ଼ିଶାରେ ଏବେ ମାହଲମାଣ୍ଡାମାନେ ମାତିଛନ୍ତି। ରାଜ୍ୟରେ ୨୦ ହଜାର ଶିକ୍ଷକ ନିଯୁକ୍ତିରେ ଏ ମାହଲମାଣ୍ଡା କେଉଁଠୁ ଆସିଲା ବୋଲି ସେ ପ୍ରଶ୍ନ କରିଛନ୍ତି।’

ସୂଚନାଯୋଗ୍ୟ କନିଷ୍ଠ ଶିକ୍ଷକ(ସ୍କିମାଟିକ) ଲିଖିତ ପରୀକ୍ଷା ଫଳ ପ୍ରକାଶ ପରେ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ପ୍ରାର୍ଥୀଙ୍କ ସମୁଦାୟ ମାର୍କ ପ୍ରକାଶ କରିବା, ନର୍ମାଲାଇଜେସନ୍‌ ପ୍ରକ୍ରିୟା ଓ ମାର୍କ ପ୍ରକାଶ କରିବା ସହ ସମସ୍ତ ପରୀକ୍ଷାର୍ଥୀଙ୍କ ମାର୍କକୁ ସାର୍ବଜନୀନ କରିବାକୁ ସେମାନେ ଦାବି କରୁଛନ୍ତି। ଏହି ସମସ୍ତ ତଥ୍ୟ ସୂଚନା ଅଧିକାର ଆଇନ(ଆର୍‌ଟିଆଇ)ରେ ପାଇବାକୁ ଗୁରୁବାର ବହୁ ସଂଖ୍ୟାରେ ଆଶାୟୀ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) କାର୍ଯ୍ୟାଳୟରେ ଆବେଦନ କରିଛନ୍ତି।

ସେପଟେ ଆଡ଼ମିଟ କାର୍ଡକୁ ନେଇ ଚର୍ଚ୍ଚା ହୋଇଛି। ପରୀକ୍ଷାର୍ଥୀଙ୍କ ନାଁ ମାହାଲ ମାଣ୍ଡା, ବାପାଙ୍କ ନାଁ ମାହାଲ ମାଣ୍ଡା ପ୍ରୋ। ଓସେପା ଇ-ଆଡମିଟ୍‌ କାର୍ଡରେ ଏଭଳି ଅଜବ ନାଁକୁ ନେଇ ଆଶାୟୀମାନେ ଖପ୍ପା ହୋଇଛନ୍ତି। କେବଳ ଏତିକି ନୁହେଁ, ଗୋଟିଏ ଆଡ଼ମିଟ କାର୍ଡରେ ପରୀକ୍ଷାର୍ଥୀଙ୍କ ଫଟୋ ବଦଳରେ ପକ୍ଷୀର ଚିତ୍ର ଲାଗିଥିବା ଦେଖିବାକୁ ମିଳିଛି।

ତେବେ ଏହାକୁ ନେଇ ଓସେପା ମଧ୍ୟ ସ୍ପଷ୍ଟୀକରଣ ଦେଇଛି। ଓସେପା କହିଛି, ଯୋଗ୍ୟ ବ୍ୟକ୍ତିଙ୍କୁ ଆଡମିଟ୍‌ କାର୍ଡ ପ୍ରଦାନ କରାଯାଇଥାଏ। ଆବେଦନକାରୀ ଦାଖଲ କରିଥିବା ସୂଚନା ଆଧାରରେ ଆପେ ଆପେ ଆଡମିଟ୍‌ କାର୍ଡ ତିଆରି ହୋଇଥାଏ। ଫଟୋ ଯାଞ୍ଚ ପରେ ଏବଂ ବାୟୋମେଟ୍ରିକ୍‌ ଉପସ୍ଥାନ ନେବା ପରେ ଜାରି ହୋଇଥିବା ଆଡମିଟ୍‌ କାର୍ଡ ଆଧାରରେ ପରୀକ୍ଷା ଅନୁଷ୍ଠିତ ହୋଇଥାଏ। ତେଣୁ ଦିଆଯାଇଥିବା ଆଡମିଟ୍‌ କାର୍ଡ କୌଣସି ପ୍ରାମାଣିକ ଦସ୍ତାବିଜ ନୁହେଁ କି ପରୀକ୍ଷା ହଲକୁ ପ୍ରବେଶ ପାଇଁ ପ୍ରତିଶ୍ରୁତି ମଧ୍ୟ ନୁହେଁ। ଓସେପା ବାସ୍ତବରେ ପରୀକ୍ଷା ଦେଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କ ବାୟୋମେଟ୍ରିକ ଉପସ୍ଥାନ ଯାଞ୍ଚ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri