ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ ଆସିଥିଲେ। ମାତ୍ର ମହାପ୍ରଭୁ ତାଙ୍କ ସାଥିରେ ନ ଫେରିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ ଭାଙ୍ଗିଛନ୍ତି। ତେବେ କରୋନା କଟକଣା ଯୋଗୁ ଭକ୍ତମାନେ ଦାରୁବିଗ୍ରହଙ୍କ ଏହି ମାନବୀୟ ଲୀଳା ଦେଖିବାରୁ ବଞ୍ଚିତ ହୋଇଛନ୍ତି।
ହେରାପଞ୍ଚମୀ ପାଇଁ ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଥିଲା। ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ମାଜଣା ନୀତି ହୋଇଥିଲା। ବିମଳା ମନ୍ଦିରକୁ ମହାଲକ୍ଷ୍ମୀ ବିଜେ କରି ଅନୁମତି ଆଣିଥିଲେ। ପରେ ଘଣ୍ଟ, ଛତା, କାହାଳୀ ଓ ସେବାୟତଙ୍କ ଗହଣରେ ପାଲିଙ୍କିରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ରାତି ୧୦ଟା ୧୫ରେ ବିଜେ କରିଥିଲେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ୧୦ଟା ୨୦ରେ ଲାଗି ହେବା ପରେ ପତିମହାପାତ୍ର ସେବକ ବନ୍ଦାପନା, ଚାମର ଆଲଟ, ଘଷା ବିଡ଼ିଆ ଓ ଦହିପଟି ମଣୋହୀ କରିଥିଲେ। ନୀତି ଶେଷ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରରେ ୧୦ଟା ୨୫ରେ ସନ୍ଧ୍ୟାଧୂପ ଟେରା ପୂଜା ଚାଲିଥିବାବେଳେ ଜଗମୋହନକୁ ମହାଲକ୍ଷ୍ମୀ ବିଜେ କରି ଜୟବିଜୟ ଦ୍ୱାର ପାଖକୁ ଯାଇଥିଲେ। ପତିମହାପାତ୍ର ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ମହାଲକ୍ଷ୍ମୀଙ୍କୁ ପ୍ରଦାନ କରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରିଦେଇଥିଲେ। ମହାଲକ୍ଷ୍ମୀଙ୍କ ନିବେଦନ ସତ୍ତ୍ୱେ ମହାପ୍ରଭୁ ତାଙ୍କ ସହ ଶ୍ରୀମନ୍ଦିରକୁ ଫେରି ନ ଥିଲେ। ଫଳରେ ମହାଲକ୍ଷ୍ମୀ ଅଭିମାନରେ ନାକଚଣା ଦ୍ୱାର ଦେଇ ଫେରିଥିଲେ। ସେଠାରେ ଭିତରଛ ସେବକ ତାଙ୍କୁ ବନ୍ଦାପନା ଓ ଦହିପଟି ମଣୋହି କରିଥିଲେ। ମହାଲକ୍ଷ୍ମୀ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗି ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri