ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୬ା୭: ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଥିବାବେଳେ ଅଭିମାନିନୀ ମହାଲକ୍ଷ୍ମୀ ମହାପ୍ରଭୁଙ୍କ ଉପରେ ରୋଷକରି ତାଙ୍କ ନନ୍ଦିଘୋଷ ରଥ ଭାଙ୍ଗିଛନ୍ତି। ଦାରୁଦିଅଁଙ୍କ ଦର୍ଶନ ପାଇଁ ଆଡ଼ପମଣ୍ଡପରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଥିଲା।
ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟା ଆଳତି ପରେ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ମାଜଣା ନୀତି ଅନୁଷ୍ଠିତ ହୋଇଥିଲା। ପରେ ମହାଲକ୍ଷ୍ମୀ ବିମଳା ମନ୍ଦିରକୁ ବିଜେ କରିଥିଲେ। ମା’ ବିମଳାଙ୍କଠାରୁ ଅନୁମତି ନେଇ ସେ ମହାପ୍ରଭୁଙ୍କୁ ଫେରାଇ ଆଣିବା ପାଇଁ ପାଲିଙ୍କିରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ନନ୍ଦିଘୋଷ ରଥ ନିକଟରେ ଲକ୍ଷ୍ମୀ ଠାକୁରାଣୀ ପହଞ୍ଚତ୍ବା ପରେ ପତିମହାପାତ୍ର ବନ୍ଦାପନା, ଚାମର ଆଇଟ, ଘଷାବିଡ଼ିଆ ଓ ଦହିପଟି ମଣୋହୀ କରିଥିଲେ। ପରେ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିର ଜଗମୋହନକୁ ବିଜେ କରି ଜୟବିଜୟ ଦ୍ୱାର ନିକଟକୁ ଯାଇଥିଲେ। ପତିମହାପାତ୍ର ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ତାଙ୍କୁ ପ୍ରଦାନ କରିଥିଲେ। ଜୟବିଜୟ ଦ୍ୱାରର ଗୋଟିଏ ଦ୍ୱାର ବନ୍ଦ କରାଯିବା ସହ ଟେରା ପଡ଼ିଥିଲା। ମହାଲକ୍ଷ୍ମୀଙ୍କ ସହ ମହାପ୍ରଭୁ ଶ୍ରୀମନ୍ଦିରକୁ ଫେରି ନ ଥିଲେ। ଏହାପରେ ମହାଲକ୍ଷ୍ମୀ ଅଭିମାନ କରି ଶ୍ରୀମନ୍ଦିରକୁ ବାହୁଡ଼ିବାବେଳେ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରପାଖରେ ଭିତରଛ ସେବକ ତାଙ୍କୁ ବନ୍ଦାପନା ଓ ଦହିପଟି ମଣୋହି କରିଥିଲେ। ପରେ ସେ ନନ୍ଦିଘୋଷ ରଥ ନିକଟକୁ ଯାଇ ରଥର କିଛି ଅଂଶ ଭାଙ୍ଗିଥିଲେ। ଏହାପରେ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ି ଆସିଥିଲେ। ଏହି ସମୟରେ ମହାଲକ୍ଷ୍ମୀଙ୍କୁ ବିଭିନ୍ନ ସ୍ଥାନରେ ପନ୍ତି ଭୋଗ ମଣୋହୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri