ନନ୍ଦିଘୋଷ ରଥ ଭାଙ୍ଗିଲେ ମହାଲକ୍ଷ୍ମୀ

ପୁରୀ ଅଫିସ, ୧୭ା୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଯାତ୍ରାରେ ଆସି ଶ୍ରୀଗୁଣ୍ଡିଚା ମନ୍ଦିରର ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି। ଏବେ ସେଠାରେ ଦାରୁଦିଅଁଙ୍କ ନୀତିକାନ୍ତି ଚାଲିଛି। ଶୁକ୍ରବାର ହେରାପଞ୍ଚମୀରେ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଫେରାଇ ନେବାକୁ ମା’ ମହାଲକ୍ଷ୍ମୀ ଆସିଥିଲେ। ମାତ୍ର ମହାପ୍ରଭୁ ତାଙ୍କ ସାଥିରେ ନ ଫେରିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ ଭାଙ୍ଗିଛନ୍ତି। ତେବେ କରୋନା କଟକଣା ଯୋଗୁ ଭକ୍ତମାନେ ଦାରୁବିଗ୍ରହଙ୍କ ଏହି ମାନବୀୟ ଲୀଳା ଦେଖିବାରୁ ବଞ୍ଚିତ ହୋଇଛନ୍ତି।
ହେରାପଞ୍ଚମୀ ପାଇଁ ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଥିଲା। ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ମାଜଣା ନୀତି ହୋଇଥିଲା। ବିମଳା ମନ୍ଦିରକୁ ମହାଲକ୍ଷ୍ମୀ ବିଜେ କରି ଅନୁମତି ଆଣିଥିଲେ। ପରେ ଘଣ୍ଟ, ଛତା, କାହାଳୀ ଓ ସେବାୟତଙ୍କ ଗହଣରେ ପାଲିଙ୍କିରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ରାତି ୧୦ଟା ୧୫ରେ ବିଜେ କରିଥିଲେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ୧୦ଟା ୨୦ରେ ଲାଗି ହେବା ପରେ ପତିମହାପାତ୍ର ସେବକ ବନ୍ଦାପନା, ଚାମର ଆଲଟ, ଘଷା ବିଡ଼ିଆ ଓ ଦହିପଟି ମଣୋହୀ କରିଥିଲେ। ନୀତି ଶେଷ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରରେ ୧୦ଟା ୨୫ରେ ସନ୍ଧ୍ୟାଧୂପ ଟେରା ପୂଜା ଚାଲିଥିବାବେଳେ ଜଗମୋହନକୁ ମହାଲକ୍ଷ୍ମୀ ବିଜେ କରି ଜୟବିଜୟ ଦ୍ୱାର ପାଖକୁ ଯାଇଥିଲେ। ପତିମହାପାତ୍ର ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ମହାଲକ୍ଷ୍ମୀଙ୍କୁ ପ୍ରଦାନ କରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରିଦେଇଥିଲେ। ମହାଲକ୍ଷ୍ମୀଙ୍କ ନିବେଦନ ସତ୍ତ୍ୱେ ମହାପ୍ରଭୁ ତାଙ୍କ ସହ ଶ୍ରୀମନ୍ଦିରକୁ ଫେରି ନ ଥିଲେ। ଫଳରେ ମହାଲକ୍ଷ୍ମୀ ଅଭିମାନରେ ନାକଚଣା ଦ୍ୱାର ଦେଇ ଫେରିଥିଲେ। ସେଠାରେ ଭିତରଛ ସେବକ ତାଙ୍କୁ ବନ୍ଦାପନା ଓ ଦହିପଟି ମଣୋହି କରିଥିଲେ। ମହାଲକ୍ଷ୍ମୀ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗି ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri