ଆଜି ପବିତ୍ର ମହାଳୟା: ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨।୧୦: ଆଜି ପବିତ୍ର ମହାଳୟା । ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗର କୂଳରେ ଭିଡ଼ ଜମିଛି । ପିତୃପୁରୁଷଙ୍କ ଉଦ୍ଦେଶ୍ଯରେ ପିଣ୍ଡ ଦାନ କରି ପୂଜାପାଠ କରାଯାଉଛି । ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥାଏ ଶ୍ରାଦ୍ଧ ଓ ତିଳତର୍ପଣ । ଏହିଦିନ ନିଜ ପିତୃପୁରୁଷଙ୍କ ସହ ନିଜ ମାମୁଘର ଉଦ୍ଦେଶ୍ୟରେ ମଧ୍ୟ ଶ୍ରାଦ୍ଧ ପ୍ରଦାନ ଓ ପିଣ୍ଡଦାନ କରାଯାଇଥାଏ । ବିଶେଷ କରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟୀ, ପ୍ରପିତାମୟୀ, ମାତାମହ, ପ୍ରମାତାମହ, ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ଶ୍ରାଦ୍ଧ ଆଦି କର୍ମ କରାଯାଇଥାଏ । ପୁରୀରେ ପିଣ୍ଡ ଦାନ କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରୁଛନ୍ତି ଭକ୍ତ । ଭୁବନେଶ୍ବର ବିନ୍ଦୁସାଗର କୂଳରେ ମଧ୍ୟ ମହାଳୟା ପାଇଁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ପବିତ୍ର ପୁଷ୍କରିଣୀ କୂଳରେ ଶ୍ରଦ୍ଧାଳୁମାନେ ନିଜର ପିତୃଲୋକଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରୁଛନ୍ତି । କୁହାଯାଏ ଏହି ପିତୃପକ୍ଷରେ ପିତୃଲୋକ ମାନବ ଲୋକଙ୍କୁ ଆସିଥାନ୍ତି ।

ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବାର ଦୃଶ୍ୟ ଦେଖିବାକୁ ମିଳିଛି | ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧିରହିଛି। ମହାଳୟା ଅମାବାସ୍ୟାରେ ପିତୃପକ୍ଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ କରାଯାଇଥାଏ।

ପୂର୍ବରୁ ଶ୍ରୀମନ୍ଦିର ବାଇଶିପାହାଚରେ ପିଣ୍ଡଦାନ କରାଯାଉଥିଲା। ଟିକେଟ କାଟି ଭକ୍ତମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିଲେ। ଏବେ ଶ୍ରୀମନ୍ଦିର ବାହାରେ ଉତ୍ତରପୂର୍ବ କୋଣରେ ମେଘନାଦ ପାଚେରୀକୁ ଲାଗି ଭକ୍ତମାନେ ତିଳତର୍ପଣର ଅନ୍ତ କରି ଶ୍ରାଦ୍ଧ ପ୍ରଦାନ କରୁଛନ୍ତି।ବିଶେଷକରି ଶ୍ରୀକ୍ଷେତ୍ରରେ ମାର୍କଣ୍ଡେୟ ପୁଷ୍କରିଣୀ, ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ବ୍ରାହ୍ମଣମାନଙ୍କ ଦ୍ବାରା ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ପିତୃପୁରୁଷଙ୍କୁ ମହାପ୍ରସାଦ ଦେଇ ସନ୍ତୁଷ୍ଟ କରାଯାଏ ବୋଲି ବିଶ୍ୱାସ ରହିଛି। ସେହିପରିପବିତ୍ର ବିନ୍ଦୁସାଗର କୂଳରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଆସି ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧା ଅର୍ପଣ କରୁଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri