ମହାଲିଙ୍ଗରେ କ୍ରାଇମବ୍ରାଞ୍ଚ ଟିମ୍‌: ଗୋବିନ୍ଦ ସାହୁଙ୍କ ଘର, କଲେଜରେ ଚାଲିଛି ତଦନ୍ତ

ଭବାନୀପାଟଣା,୨୪ା୧୨(ସ୍ବ.ପ୍ର.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ। ଗୋବିନ୍ଦଙ୍କ ପରିବାର ଲୋକେ ଏହାକୁ ହତ୍ୟା ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାର ତଦନ୍ତ କରୁଥିବା ବେଳେ ଶନିବାର ଗୋବିନ୍ଦ ସାହୁଙ୍କ ଗାଁ ମହାଲିଙ୍ଗରେ ପହଞ୍ଚିଥିଲା କ୍ରାଇମବ୍ରାଞ୍ଚ ଟିମ୍‌।

ସୂଚନା ଅନୁଯାୟୀ, ଗୋବିନ୍ଦ  ଆତ୍ମହତ୍ୟା କରିଥିବା ସମୟରେ ତାଙ୍କ ଜ୍ୟାକେଟରୁ ଗୋଟିଏ ସୁସାଇଡ୍‌ ନୋଟ୍‌ ବାହାରିଥିବା ଜଣାପଡ଼ିଥିଲା। ଏହି ନୋଟ୍‌ରେ କାହା ହାତଲେଖା ରହିଛି, ତାହା ସେ ନିଜେ ଲେଖିଥିଲେ ନା ଆଉ କିଏ ଲେଖିଥିଲା; ତାହାକୁ ନେଇ ସୁସାଇଡ୍‌ ନୋଟ୍‌ରେ ଥିବା ହାତଲେଖାକୁ ମ୍ୟାଚ୍‌ କରିବା ପାଇଁ ଆଜି କ୍ରାଇମବ୍ରାଞ୍ଚ ଡିଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ପ୍ରଥମେ ମହାଲିଙ୍ଗ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ସେମାନେ ଅନେକ ଦିଗକୁ ନେଇ ତଦନ୍ତ କରୁଥିବା ଜଣାପଡ଼ିଛି। କଲେଜରେ ପହଞ୍ଚି ପରିଚାଳନା କମିଟିର ସମ୍ପାଦକ କିରଣ କୁମାର ସିଂ ଓ ଭାରପ୍ରାପ୍ତ ଅଧ୍ୟକ୍ଷ ଜୟଦେବ ମିଶ୍ରଙ୍କ ସହିତ ଆଲୋଚନା କରିବା ପରେ ହାତଲେଖା ମ୍ୟାଚ କରିବା ପାଇଁ କଲେଜରୁ ଗୋଟିଏ ରେଜିଷ୍ଟର ଜବତ କରିଥିଲେ। ପରେ ଗୋବିନ୍ଦଙ୍କ ଘରକୁ ଯାଇଥିଲେ। ଗୋବିନ୍ଦଙ୍କ ପରିବାର ସହିତ ଦୀର୍ଘ ଘଣ୍ଟା ଆଲୋଚନା କରିବା ପରେ ଘରେ ଥିବା ଅନେକ କାଗଜପତ୍ର ଯାଞ୍ଚ କରିବା ପରେ ଘରୁ ମଧ୍ୟ ଗୋବିନ୍ଦଙ୍କ ଏକ ହାତ ଲେଖା ଡାଏରୀ ଜବତ କରିଛି କ୍ରାଇମବ୍ରାଞ୍ଚ ଟିମ୍‌। ଯାହା ସୂଚନା ରହିଛି କି, ସୁସାଇଡ ନୋଟ୍‌ ସହିତ ତାଙ୍କ ହାତ ଲେଖା ମ୍ୟାଚ୍‌ କରିବା ପାଇଁ ଡାଏରୀ ଜବତ କରିଥିବା ମୃତ ଗୋବିନ୍ଦଙ୍କ ଭାଇ ସନ୍ତୋଷ ଓ କଲେଜ ସମ୍ପାଦକ କିରଣ କୁମାର ସିଂ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri