ଜିଲାର ସମସ୍ୟା ନେଇ ୧୯ରେ ମହାମେଳି

କେନ୍ଦୁଝର,୧୭ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଖଣିଜ ସମ୍ପଦ ଭରି ରହିଥିଲେ ହେଁ ସମସ୍ୟା କମ ନାହିଁ। ମାଟି ତଳେ ଅପାର ସମ୍ପଦ କିନ୍ତୁ ଉପରେ ଗରିବ ମଣିଷ ବଞ୍ଚତ୍ବା ପାଇଁ ସଂଘର୍ଷ କରୁଛି। ଅନେକ ଗରିବ ଲୋକଙ୍କୁ ମୌଳିକ ସୁବିଧା ଓ ଦୁଇ ଓଳି ପେଟ ପୁରା ଖାଦ୍ୟ ମଳୁନି। ଏଣୁ ଜିଲାବାସୀଙ୍କ ହକ ପାଇଁ ଆସନ୍ତା ୧୯ ତାରିଖରେ ସ୍ଥାନୀୟ ଧରଣୀଧର ମେଡ଼ିକାଲ କଲେଜରେ ମହାମେଳି କରାଯିବ ବୋଲି ଯୁବ ଓ ଶ୍ରମ ବିକାଶ ମଞ୍ଚ ସମେତ କେତେକ ସଂଗଠନ ସୂଚନା ଦେଇଛନ୍ତି। ଏଥିସହ ୧୪ ଦଫା ଦାବି ସମ୍ବଳିତ ଦାବିପତ୍ର ଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତି, ରାଜ୍ୟପାଳ, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ୫-ଟି ଅଧ୍ୟକ୍ଷ, ଖଣି ଓ ଶିଳ୍ପ ସଚିବଙ୍କୁ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି।

ମଞ୍ଚର ସଭାପତି ରଞ୍ଜନ ବେହେରାଙ୍କ ସୂଚନା ଅନୁଯାୟୀ, ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ, ମେଡିକାଲ କଲେଜରୁ କେମ୍ପସଡ଼ା-ସେଣ୍ଡକାପ ଦେଇ ରାଇକଳା ଢିପାସାହି ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ଦ୍ୱାରା ଓସାରିଆ ରାସ୍ତା ନିର୍ମାଣ, ଅନୁରୂପ ଭାବେ ରେଳ ଲାଇନ କଡେ କଡେ ମେଡିକାଲ କଲେଜରୁ ରେଳ ଷ୍ଟେଶନ ପର୍ଯ୍ୟନ୍ତ ୨କି.ମି. ରାସ୍ତା ନିର୍ମାଣ, ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଯୋଗ୍ୟତା ଭିତିରେ ଜିଲାର ବ୍ୟକ୍ତିଙ୍କୁ ନିଯୁକ୍ତି, ଜିଲାର ଖଣି ଖାଦାନ ଓ ଶିଳ୍ପ କଳକାରଖାନାରେ ସ୍ଥାନୀୟ ଯୁବ ଗୋଷ୍ଠୀଙ୍କୁ ନିଯୁକ୍ତି, ୧୬ ରୁ ୨୨ ଚକିଆ ଟ୍ରକ୍‌, ଟ୍ରେଲର ଓ ଭାରୀଯାନ ସମେତ ରେଳ ଓ ପାଇପ ଲାଇନ୍‌ରେ ଜିଲାରୁ ଲୁହାପଥର ପରିବହନ ବନ୍ଦ ଆଦି ଦାବିରେ ଧରଣୀ ଭୁଆଁଙ୍କ ଭଳି ଆମ ଧରଣୀଧର ମେଳି ବାନ୍ଧିବାକୁ ଡାକରା ଦିଆଯାଇଛି ବୋଲି କହିଛନ୍ତି। ମହାମେଳିରେ ଯୁବ ଓ ଶ୍ରମ ବିକାଶ ମଞ୍ଚ କେନ୍ଦୁଝରଗଡ଼, ମା’ ତାରିଣୀ ଜନସେବା ଟ୍ରଷ୍ଟ, ଶ୍ରୀରାମ ସେନା ପରି ବିଭିନ୍ନ ସଂଗଠନ, ବୁଦ୍ଧିଜୀବୀ, ସାମାଜିକ କର୍ମୀ ଓ ଜିଲାର ଜନସାଧାରଣ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି। ଦଳ ଗତ ନିର୍ବିଶେଷରେ ସମସ୍ତେ ଭାଗ ନେଇ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri