ମହମ୍ମଦ ମୋକିମଙ୍କୁ ବଡ଼ ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୋମବାର ବଡ଼ ଆଶ୍ୱସ୍ତି ମିଳିଛି। ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମଙ୍କ ବିଜୟକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧି ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ସୁପ୍ରିମକୋର୍ଟ ଏହି ରାୟ ଉପରେ ରହିତାଦେଶ ଲଗାଇଛନ୍ତି। ଓଡ଼ିଶା ହାଇକୋର୍ଟ ମାର୍ଚ୍ଚ ୪ରେ ଦେଇଥିବା ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରି ରାୟ ଉପରେ ରହିତାଦେଶ ଲଗାଇବା ପାଇଁ ସେ ଆବେଦନରେ ପ୍ରାର୍ଥନା କରିଥିଲେ।
ସୂଚନାଯୋଗ୍ୟ, ମୋକିମ ୨୦୧୯ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସମୟରେ ତାଙ୍କର ଶପିଂ ତାଲିକା ଓ ଆପରାଧିକ ତଥ୍ୟ ଠିକ ଭାବେ ଦେଇ ନ ଥିବା ନେଇ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ଦାୟର ହୋଇଥିଲା। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ଉକ୍ତ ମାମଲାର ବିଚାର କରି ୬୬୨ ପୃଷ୍ଠା ସମ୍ବଳିତ ରାୟ ଶୁଣାଇଥିଲେ। ୨୦୧୯ ବିଧାନସଭା ନିର୍ବାଚନକୁ ଅଦାଲତ ଅସିଦ୍ଧି ଘୋଷଣା କରିବା ସହ ମୋକିମଙ୍କୁ ପୂର୍ବତନ ବିଧାୟକ କୁହାଯାଇପାରିବ ନାହିଁ ବୋଲି ତାଙ୍କ ରାୟରେ ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?