ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଯାଇଥିଲା। କାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି କୁ ମିଶାଇ ମୋଟ ୪ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି। ଏମାନଙ୍କ ମଧ୍ୟରେ ୨ ମହିଳା ଓ ୨ ନାବାଳକ ଥିବା ଜଣାଯାଇଛି।

ଦୁଇ ମୃତ ନାବାଳକ ହେଲେ ପିକେଶ୍ବର ରାଠିଆ ଓ ନବୀନ ରାଠିଆ। ଉଭୟଙ୍କର ବୟସ ୭ ବର୍ଷ ଦୁଇ ମୃତ ମହିଳାଙ୍କର ଏଯାଏ ପରିଚୟ ମିଳିପାରି ନାହିଁ। ଗତକାଲି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଶନିବାର ସକାଳେ ୩ଟି ମୃତଦେହ ଉଦ୍ଧାର ହୋଇଛି। ଆହୁରି ୪ ଜଣ ଲୋକ ନିଖୋଜ ଥିବା ଜଣାଯାଇଛି। ପୁଲିସ ଓ ଅଗ୍ନିଶମ ବାହିନୀ ନିଖୋଜ ବ୍ୟକ୍ତିମାନଙ୍କୁ ଉଦ୍ଧାର ପାଇଁ ଅପରେଶନ ଜାରି ରଖିଛନ୍ତି।

ସୂଚନା ଅନୁଯାୟୀ, ସୀମାନ୍ତ ଛତିଶଗଡ କୋରବା ଜିଲା ଟପରା ଗାଁର ୬୦ ଜଣ ଲୋକ ବରଗଡ ଜିଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ। ସେଠାରେ ସେମାନେ ମାନସିକ ସାରି ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧କିମି ଦୂରରେ ଡଙ୍ଗାଟି ଓଲଟି ପଡିଥିଲା। ଡଙ୍ଗାର ଉଭୟ ପାଶର୍‌ବରେ ବସିଥିବା ଲୋକେ ପହଁରିବାକୁ ଉଦ୍ୟମ କରିଥିବା ବେଳେ ସ୍ଥାନୟୀ ମତ୍ସ୍ୟଜୀବୀମାନଙ୍କ ଦ୍ବାରା ଉଦ୍ଧାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri