ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଘଟିଯାଇଥିଲା। କାଲି ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ଆଜି କୁ ମିଶାଇ ମୋଟ ୪ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି। ଏମାନଙ୍କ ମଧ୍ୟରେ ୨ ମହିଳା ଓ ୨ ନାବାଳକ ଥିବା ଜଣାଯାଇଛି।

ଦୁଇ ମୃତ ନାବାଳକ ହେଲେ ପିକେଶ୍ବର ରାଠିଆ ଓ ନବୀନ ରାଠିଆ। ଉଭୟଙ୍କର ବୟସ ୭ ବର୍ଷ ଦୁଇ ମୃତ ମହିଳାଙ୍କର ଏଯାଏ ପରିଚୟ ମିଳିପାରି ନାହିଁ। ଗତକାଲି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଶନିବାର ସକାଳେ ୩ଟି ମୃତଦେହ ଉଦ୍ଧାର ହୋଇଛି। ଆହୁରି ୪ ଜଣ ଲୋକ ନିଖୋଜ ଥିବା ଜଣାଯାଇଛି। ପୁଲିସ ଓ ଅଗ୍ନିଶମ ବାହିନୀ ନିଖୋଜ ବ୍ୟକ୍ତିମାନଙ୍କୁ ଉଦ୍ଧାର ପାଇଁ ଅପରେଶନ ଜାରି ରଖିଛନ୍ତି।

ସୂଚନା ଅନୁଯାୟୀ, ସୀମାନ୍ତ ଛତିଶଗଡ କୋରବା ଜିଲା ଟପରା ଗାଁର ୬୦ ଜଣ ଲୋକ ବରଗଡ ଜିଲା ବାଞ୍ଜିପାଲିସ୍ଥିତ ପଥରସେଣୀ ମନ୍ଦିରକୁ ଯାଇଥିଲେ। ସେଠାରେ ସେମାନେ ମାନସିକ ସାରି ଫେରିବା ବେଳେ ଶରଧା ଘାଟରୁ ପ୍ରାୟ ୧କିମି ଦୂରରେ ଡଙ୍ଗାଟି ଓଲଟି ପଡିଥିଲା। ଡଙ୍ଗାର ଉଭୟ ପାଶର୍‌ବରେ ବସିଥିବା ଲୋକେ ପହଁରିବାକୁ ଉଦ୍ୟମ କରିଥିବା ବେଳେ ସ୍ଥାନୟୀ ମତ୍ସ୍ୟଜୀବୀମାନଙ୍କ ଦ୍ବାରା ଉଦ୍ଧାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?