ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ ଛତିଶଗଡ଼ରେ ଭାଜପା ସରକାର ଚାଲିଛି। ସେହିପରି କେନ୍ଦ୍ରରେ ମଧ୍ୟ ଭାଜପା ନେତୃତ୍ୱାଧୀନ ସରକାର ରହିଛି। ବର୍ତ୍ତମାନ ଭାଜପାର ଏଭଳି ଟ୍ରିପଲ ଇଞ୍ଜିନ ସରକାର ଚାଲିଥିବା ସତ୍ତ୍ୱେ ଏପର୍ଯ୍ୟନ୍ତ ମହାନଦୀ ଜଳ ବିବାଦର ସମାଧାନ ନ ହେବା ନେଇ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏକ ପ୍ରେସ ବିବୃତ୍ତିରେ ସେ କହିଛନ୍ତି, ମହାନଦୀ ଓଡ଼ିଶାର ଜୀବନ ସ୍ରୋତ। କିନ୍ତୁ କିଛି ଦଶନ୍ଧି ହେଲା, ଓଡ଼ିଶାବାସୀଙ୍କ ଏହି ଜୀବନ ସ୍ରୋତକୁ ସଂକୁଚିତ କରି ଦିଆଯାଉଛି। ଏଥିପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ୟ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ଶୁଣୁ ନାହାନ୍ତି। ଅନ୍ୟପଟେ ଓଡ଼ିଶାର ବିନା ସହମତିରେ ଆନ୍ତଃରାଜ୍ୟ ନଦୀଜଳ ସମ୍ପର୍କିତ ସମସ୍ତ ବିଧି, ବିଧାନକୁ ବେଖାତିର୍‌ କରି ଛତିଶଗଡ଼ ସରକାର ମହାନଦୀ ଉପରେ ଅତ୍ୟାଚାର କରୁଛନ୍ତି।

ସେହିପରି ମହାନଦୀ ଉପରମୁଣ୍ଡରେ ବ୍ୟାରେଜ ପରେ ବ୍ୟାରେଜ ନିର୍ମାଣ କରି ମହାନଦୀ ଜଳସ୍ରୋତକୁ ମନଇଚ୍ଛା ଛତିଶଗଡ଼ ସରକାର ନିଜ ଅଧୀନରେ ରଖି ଓଡ଼ିଶାର ଦାରୁଣ କ୍ଷତି ଘଟାଉଛନ୍ତି ବୋଲି ପ୍ରସନ୍ନ ଅଭିଯୋଗ କରିଛନ୍ତି।

ସେ ଆହୁରି କହିଛନ୍ତି, କେନ୍ଦ୍ର ଓ କେନ୍ଦ୍ରୀୟ ଜଳ ଆୟୋଗ ମଧ୍ୟ ଏଧିପ୍ରତି ନୀରବ ରହିଛନ୍ତି। ଛତିଶଗଡ଼ ସରକାର ମହାନଦୀ ଉପରମୁଣ୍ଡର କୂଳେକୂଳେ ଅଗଣିତ ଘରୋଇ ଶିଳ୍ପମାନଙ୍କୁ ଅଜସ୍ର ଜଳ ପ୍ରଦାନ କରୁଛନ୍ତି ଏବଂ ଓଡ଼ିଶାରେ ଜଳ ସଙ୍କଟ ସୃଷ୍ଟି କରୁଛନ୍ତି। ଫଳରେ ଏକଦା ବର୍ଷତମାମ ଜଳପୂର୍ଣ୍ଣ ରହିଥିବା ମହାନଦୀ ଆଜି ଶୁଖିଲା ପଡ଼ୁଛି ଏବଂ ହୀରାକୁଦ ଜଳଭଣ୍ଡାର ଦିନେ ଜଳଶୂନ୍ୟ ହୋଇ ଅନିଶ୍ଚିତ ସଙ୍କଟ ଭିତରକୁ ଠେଲି ହୋଇଯିବାର ଆଶଙ୍କା ଦେଖାଦେଇଛି। ବର୍ତ୍ତମାନ ଓଡ଼ିଶା ଏବଂ ଛତିଶଗଡ଼ରେ ଗୋଟିଏ ସରକାର ରହିଥିବା ଯୋଗୁ ଏହାର ଶୀଘ୍ର ସମାଧାନ ପାଇଁ ଲୋକେ ଆଶା ରଖିଥିଲେ। ମାତ୍ର ଫଳ ଶୂନ। କେବଳ କମିଟି ପରେ କମିଟି ଗଠନ ସହିତ ରାଜ୍ୟର ରାଜକୋଷରୁ କୋଟିକୋଟି ଟଙ୍କା ଖର୍ଚ୍ଚ ହେଉଛି। ମହାନଦୀ ଜଳ ଟ୍ରିବ୍ୟୁନାଲ ନିକଟରେ ମାମଲାଟି ୭ ବର୍ଷରୁ ଊର୍ଦ୍ଧ୍ୱ ସମୟ ପଡ଼ି ରହିଛି। କିନ୍ତୁ ପ୍ରଗତି ନୈରାଶ୍ୟଜନକ ବୋଲି ପ୍ରସନ୍ନ ଅଭିଯୋଗ କରି ସରକାର ଟ୍ରିବ୍ୟୁନାଲରୁ ଓହରିଯିବେ ନା ଆପୋସ ସମାଧାନ ପାଇଁ ଆଲୋଚନାର କ’ଣ ସର୍ତ୍ତାବଳୀ ରହିବ ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ଆପୋସ ସମାଧାନ ପାଇଁ ଆଲୋଚନାକୁ ଯିବା ପୂର୍ବରୁ ରାଜ୍ୟର ସମସ୍ତ ପ୍ରମୁଖ ରାଜନୈତିକ ଦଳ, ମହାନଦୀ ବଞ୍ଚାଅ ଆନ୍ଦୋଳନ ସଂଗଠନମାନଙ୍କୁ ବିଶ୍ୱାସକୁ ନେଇ ସେମାନଙ୍କ ସହିତ ଆଲୋଚନା କରିବେ କି ବୋଲ ପ୍ରସନ୍ନ ରା୍ଯଯ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଛତିଶଗଡ଼ ସରକାର ଏବେ ସୁଦ୍ଧା ମହାନଦୀ ଏବଂ ଶାଖାନଦୀରେ ଚାଲୁ ରଖିଥିବା ନିର୍ମାଣାଧୀନ କାର୍ଯ୍ୟକୁ ବନ୍ଦ ରଖାଯିବ ନା ନାହିଁ ତାର ଉତ୍ତର ମଧ୍ୟ ପ୍ରସନ୍ନ ଲୋଡ଼ଥିବାବେଳେ ମହାନଦୀ ଟ୍ରିବ୍ୟୁନାଲର ଦୈନନ୍ଦିନ କାର୍ଯ୍ୟ ବସ୍ତୁତଃ ବନ୍ଦ ରହିଥିବା ଯୋଗୁ ଏହାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ପୁଣି ଟ୍ରିବ୍ୟୁନାଲ ନିକଟରେ ଆବେଦନ କରିବେ ବୋଲି ସେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?