Posted inଜାତୀୟ

ମହାନଦୀ ବିବାଦ: ଟ୍ରିବ୍ୟୁନାଲରେ ୯ ସାକ୍ଷୀଙ୍କ ତାଲିକା ଦେଲା ଓଡ଼ିଶା

ନୂଆଦିଲ୍ଲୀ,୧୩।୨: ମହାନଦୀ ଜଳ ବିବାଦ ମାମଲାର ଅନୁଧ୍ୟାନ ଲାଗି ଓଡ଼ିଶା ସରକାର ଟ୍ରିବ୍ୟୁନାଲରେ ୯ ଜଣ ସାକ୍ଷୀଙ୍କ ତାଲିକା ଦାଖଲ କରିଛନ୍ତି। ସେହିପରି ଶୁଣାଣି ବେଳେ ଛତିଶଗଡ଼ ୭ ଜଣ ସାକ୍ଷୀଙ୍କ ପ୍ରସ୍ତାବ ଦେଇଛି। କେନ୍ଦ୍ରୀୟ ଜଳ ଆୟୋଗର ପୂର୍ବତନ ସଦସ୍ୟ ଇଞ୍ଜିନିୟର ଏମ୍‌. ଇ. ହକ୍‌ ମହାନଦୀ ବେସିନ୍‌ରେ ଜଳ ଉପଲବ୍ଧତା ଆକଳନ ଉପରେ ସାକ୍ଷ୍ୟ ଦେବେ। ସେହିପରି ସିଡବ୍ଲ୍ୟୁସିର ପୂର୍ବତନ ଅଧ୍ୟକ୍ଷ ରାଜେଶ କୁମାର ଆନ୍ତଃରାଜ୍ୟ ସୀମାରେ ଜଳ ସୁନିଶ୍ଚିତ କରିବା ପାଇଁ ଛତିଶଗଡ଼ରେ ଯୋଜନା ଓ ନିୟମାବଳୀ ସମ୍ପର୍କରେ ସାକ୍ଷ୍ୟ ପ୍ରଦାନ କରିବେ। ଓଡ଼ିଶା ଜଳସମ୍ପଦ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ହରମୋହନ ପ୍ରଧାନ ହୀରାକୁଦ ଜଳଭଣ୍ଡାର, ମହାନଦୀ ତ୍ରିକୋଣଭୂମି ସମ୍ପର୍କରେ ସାକ୍ଷ୍ୟ ରଖିବାକୁ ଥିବାବେଳେ ଜଳସମ୍ପଦ ବିଭାଗର ପୂର୍ବତନ ଇଞ୍ଜିନିୟର-ଇନ୍‌-ଚିଫ୍‌ ଆର୍‌.ସି. ତ୍ରିପାଠୀ, କେନ୍ଦ୍ରୀୟ ଭୂତଳ ଜଳ ବୋର୍ଡର ପୂର୍ବତନ ବୈଜ୍ଞାନିକ ଗୁଲାବ ପ୍ରସାଦ, କୃଷି ମହାବିଦ୍ୟାଳୟର ପୂର୍ବତନ ଡିନ୍‌ ଦିବାକର ନାଏକ, ଗ୍ରୀଡ୍‌କୋର ପୂର୍ବତନ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ପ୍ରଧାନ, ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇକୋନୋମିକ୍‌ ଗ୍ରୋଥ୍‌ର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପଣ୍ଡା ଏବଂ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲର ପୂର୍ବତନ ସଦସ୍ୟ ଡ. ପି.ସି. ମିଶ୍ର ମଧ୍ୟ ସାକ୍ଷ୍ୟ ରଖିବେ। ଗତବର୍ଷ ଡିସେମ୍ବରରେ ଟ୍ରିବ୍ୟୁନାଲ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ସାକ୍ଷୀ ତାଲିକା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ, ଦୁଇ ରାଜ୍ୟ ମଧ୍ୟରେ ନଦୀଜଳ ବଣ୍ଟନକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲରେ ପିଟିଶନ ଦାଏର କରିଥିଲେ। ଛତିଶଗଡ଼ ସରକାର ନଦୀରେ ଅନେକ ବ୍ୟାରେଜ ନିର୍ମାଣ କରିଥିବାରୁ ଜଳପ୍ରବାହ ବାଧାପ୍ରାପ୍ତ ହୋଇଥିବା ଓଡ଼ିଶା ଅଭିଯୋଗ କରିଥିଲା। ବ୍ୟାରେଜ ନିର୍ମାଣ ଏବଂ ପୂର୍ବରୁ ନିର୍ମିତ ବ୍ୟାରେଜ୍‌ର କାର୍ଯ୍ୟକାରିତା ଉପରେ ସ୍ଥଗିତାଦେଶ ଲଗାଇବା ସହ ଅଣମୌସୁମୀ ଋତୁ (ନଭେମ୍ବରରୁ ମେ’)ରେ ନିର୍ଦ୍ଦିଷ୍ଟ ପରିମାଣର ଜଳପ୍ରବାହ ଜାରି ରଖିବା ପାଇଁ ଓଡ଼ିଶା ପକ୍ଷରୁ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri