ଦ୍ୱୀପାଞ୍ଚଳର ୧୩ ଗାଁକୁ ମହାନଦୀ ଡର

କେନ୍ଦ୍ରାପଡ଼ା ଅଫିସ,୧୭।୭: କେନ୍ଦ୍ରାପଡ଼ା ଜିଲାରେ ମୌସୁମୀ ବର୍ଷାର ପ୍ରଭାବ ଶୁକ୍ରବାର ରାତିରୁ ଦେଖାଦେଇଛି। ଏହାର ପ୍ରଭାବରେ ଲଗାଣ ବର୍ଷା ଲାଗି ରହିଛି ା ଅପରପକ୍ଷରେ ଆସନ୍ତା ୧୮ ତାରିଖରେ ହୀରାକୁଦର ଗେଟ୍‌ ଖୋଲା ହେବ ବୋଲି ମୁଖ୍ୟଯନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପାଣି ଛଡ଼ାଯିବା ପରେ ମହାନଦୀ ସିଷ୍ଟମରେ ଜଳପତ୍ତନ ବୃଦ୍ଧି ପାଇବ। ଏହି ସୂଚନା ମିଳିବା ପରେ ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମବାସୀଙ୍କ ସ୍ବାଭାବିକ ଜୀବନଯାତ୍ରା ବ୍ୟାହତ ହେବ ବୋଲି ଆଶଙ୍କା ପ୍ରକାଶ ପାଇଛି। ବର୍ଷ ବର୍ଷ ଧରି ମୌଳିକ ସମସ୍ୟାର ସମାଧାନ ପାଇଁ ଲଢ଼ୁଥିବା ବେଳେ ଲୁଣା ନଦୀର ଦକ୍ଷିଣ ପାର୍ଶ୍ୱ ବନ୍ଧ ବହୁ ସ୍ଥାନରେ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ରହିଛି। ସେହିପରି କରାଣ୍ଡିଆ ଆଡ଼ିବନ୍ଧର ମରାମତି ଅଧାରେ ଅଟକି ଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେବ ବୋଲି ସ୍ଥାନୀୟ ଅଞ୍ଚଳବାସୀ ମତପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ଆୟତପୁରର ପିନାକୀ ସାମନ୍ତରାୟ କହିଛନ୍ତି, ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଏହି ୧୩ ରାଜସ୍ବ ଗଁା ଅବହେଳିତ ଅବସ୍ଥାରେ ଅଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୦ କିଲୋମିଟର ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗିରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନସ୍ଥ ୫ ପଞ୍ଚାୟତରେ ରହିଛି। ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ ଗଁା ଥିବା ବେଳେ ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର ଓ ଇନ୍ଦାଳୋ ପଞ୍ଚାୟତ ଅଛି। ସେହିପରି ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ସଠିଲୋ ଗ୍ରାମ ରହିଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ଓ ଅନ୍ୟ ପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ ହେଉଛି। ସଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି। ଗ୍ରାମବାସୀଙ୍କ ମୁଖ୍ୟ ଜୀବିକା ପନିପରିବା ଚାଷ ହୋଇଥିବା ବେଳେ ଜଳସେଚନ ଓ ଉଠା ଜଳସେଚନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ବିଭିନ୍ନ ପ୍ରକଳ୍ପ ଶେଷ ହୋଇ ନ ଥିବା ସେ କହିଛନ୍ତି। ଏ ସମ୍ପର୍କରେ ସାମାଜିକ କର୍ମୀ ରମେଶ ଚନ୍ଦ୍ର ବାରିକ କହିଛନ୍ତି, ବେଆଇନ ବାଲି ଚାଲାଣ ନଦୀ ବନ୍ଧକୁ ଦୁର୍ବଳ କରିଛି। କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡ଼ିବନ୍ଧ ନିର୍ମାଣ ଅଧାରେ ଅଟକି ଯାଇଛି। ଲୁଣାନଦୀର ବାମପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନେଇ ଆସୁଛି। ସେହିପରି ଡିହବଳରାମପୁର ଗ୍ରାମର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କିଲୋମିଟର। ଏଥିରୁ ପ୍ରଥମ ୨ କିଲୋମିଟର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ଜଳସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ସେହିପରି ଏହି ଦ୍ୱୀପାଞ୍ଚଳରେ ମୌଳିକ ସୁବିଧା ମିଳୁ ନ ଥିବା ଗ୍ରାମବାସୀ ମତ ଦେଇଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ ଏ ନେଇ ବିଭିନ୍ନ ବୈଠକରେ ଆଲୋଚନା ହୋଇଛି। ଦ୍ୱୀପାଞ୍ଚଳର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri