ମହାନଦୀ ରିଭରଫ୍ରଣ୍ଟ ଯୋଜନାକୁ ମଞ୍ଜୁରୀ: ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା, ଝଟକିବ ଏହି ସହର

ଭୁବନେଶ୍ୱର,୧୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ((Mahanadi River Front Development) ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ୨୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜଳ ସମ୍ପଦ ବିକାଶ ବିଭାଗ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବ୍ୟବହାର କରିବ।

ଯୋଜନା ମଞ୍ଜୁରୀ ଦେଇ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, “ମହାନଦୀ ଓଡ଼ିଶାର ଜୀବନରେଖା। ଏହାର ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ପରିବେଶ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରାଯିବ। ଏହା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ବଡ଼ ଯୋଗଦାନ ଦେବ।”

ଯୋଜନାର ପ୍ରମୁଖ ଉଦ୍ଦେଶ୍ୟ ହେଉଛି ନଦୀକୂଳରେ ସାମାଜିକ-ସାଂସ୍କୃତିକ ସୁବିଧା ଯୋଗାଇବା, ଘରୋଇ ସହଭାଗିତାରେ ଜଳକ୍ରୀଡା, ମନୋରଞ୍ଜନ ପାର୍କ, ବିଜ୍ଞାନ ପାର୍କ, ହର୍ବାଲ ଉଦ୍ୟାନ ଆଦିର ମୌଳିକ ଭିତ୍ତିଭୂମି ନିର୍ମାଣ, ନଦୀତଟ କ୍ଷୟ ନିୟନ୍ତ୍ରଣ, ନଦୀଜଳ ସଫା, ଜଳ ସଂରକ୍ଷଣ ଓ ପାରିପାର୍ଶ୍ୱିକ କ୍ଷେତ୍ରର ସ୍ଥାୟୀ ବିକାଶ।

ଯୋଜନାରେ ଦୁଇଟି ସ୍ଥାନରେ ନଦୀତଟ ବିକାଶ ହେବ। ପ୍ରଥମଟି ସମ୍ବଲପୁରର ମାଣ୍ଡାଲିଆରୁ ଚୌନପୁର ପର୍ଯ୍ୟନ୍ତ, ଯେଉଁଥିରେ ପାର୍କିଂ, ଜଗିଙ୍ଗ୍ ପାର୍କ, ସେଲ୍ଫି ପଏଣ୍ଟ, ପାର୍କ, ଖୋଲା ଜିମ୍, ଘାଟ ଉନ୍ନତି, ସ୍ନାନ ଘାଟ, ଆରତୀ ଘାଟ, ଥିମ୍ ପ୍ଲାଜା, ସପିଂ କମ୍ପ୍ଲେକ୍ସ, ଶୌଚାଳୟ ଆଦିର ବିକାଶ ହେବ। ଏଥିପାଇଁ ୧୬୦ କୋଟି ଟଙ୍କା ବିନିଯୋଗ।

ଦ୍ୱିତୀୟଟି ଭୁବନେଶ୍ୱର ପାଣ୍ଡରା ନିକଟ କୂଆଖାଇ ଓ କୁଶଭଦ୍ରା ନଦୀରେ, ଯେଉଁଥିରେ ସୁରକ୍ଷା କାର୍ଯ୍ୟ, ଘାଟ ବିକାଶ, ରିଙ୍ଗ୍ ରୋଡ୍, ଭ୍ୟୁ ପଏଣ୍ଟ, ଭାସ୍ମାନ ଜେଟି, ଲକ୍ଗେଟ୍, ସେତୁ, ପାର୍କିଂ, କାଫେଟେରିଆ, ଶୌଚାଳୟ, ନଦୀପଥ ସହ ଆଭ୍ୟନ୍ତରୀଣ ପାଦଚାଳନା ରାସ୍ତା ନିର୍ମାଣ ହେବ। ଏଥିପାଇଁ ୮୦ କୋଟି ଟଙ୍କା ବିନିଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri