ମହାନଦୀ ଜଳ ବିବାଦ: ସରକାର ଖର୍ଚ୍ଚ କଲେଣି ୯୨ ଲକ୍ଷ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ମହାନଦୀ ପାଣିକୁ ଛତିଶଗଡ଼ ବଡ଼ ବଡ଼ ବ୍ୟାରେଜ କରି ଅଟକାଇଛି। ଅଣମୌସୁମୀ ବେଳେ ନଦୀର ଜଳସ୍ରୋତ ହ୍ରାସ ପାଇଛି। ଏହାକୁ ନେଇ ବହୁ ତୁମ୍ବିତୋଫାନ ହୋଇଛି। ମାମଲା ଏବେ ମହାନଦୀ ଟ୍ରିବ୍ୟୁନାଲରେ ରହିଛି। ଏ ପର୍ଯ୍ୟନ୍ତ ଫଳାଫଳ ଆସି ନାହିଁ। ତେବେ ଗତ ୫ ବର୍ଷ ମଧ୍ୟରେ ଟ୍ରିବ୍ୟୁନାଲରେ ମାମଲା ଲଢ଼ିବାକୁ ରାଜ୍ୟ ସରକାର ୯୨ ଲକ୍ଷ ୨୯ ହଜାର ୨୩ ଟଙ୍କା ଖର୍ଚ୍ଚ କରି ସାରିଲେଣି। ଭାଜପା ସଭ୍ୟ ଗଣେଶରାମ ଖୁଣ୍ଟିଆଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଗୁରୁବାର ବିଧାନସଭାରେ ଏହା କହିଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ଜୀବନରେଖା ମହାନଦୀରେ ଛତିଶଗଡ଼ ସରକାର ଅନେକଗୁଡ଼ିଏ ବ୍ୟାରେଜ ନିର୍ମାଣ କରି ଅର୍ଦ୍ଧାଧିକ ଜଳ ଅଟକାଇଛନ୍ତି। ଏଥିଯୋଗୁ ଅଣମୌସୁମୀ ସମୟରେ ନଦୀର ଜଳ ପ୍ରବାହ ହ୍ରାସ ପାଇଛି। ଏହାର ପ୍ରତିବାଦରେ ଓଡ଼ିଶା ସରକାର ଆନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ ୧୯୫୬ର ଧାରା ୩ ଅନୁସାରେ ୨୦୧୬ ନଭେମ୍ବର ୨୧ ତାରିଖରେ କେନ୍ଦ୍ର ସରକାରଙ୍କ ନିକଟରେ ଏକ ବୈଧାନିକ ଅଭିଯୋଗ କରିଛନ୍ତି । ଇତିମଧ୍ୟରେ ମହାନଦୀର ସୁରକ୍ଷା ପାଇଁ ରାଜ୍ୟ ସରକାର ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇ ଏକ ମାମଲା ଦାଏର କରିଥିଲେ। ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶରେ ୨୦୧୮ ମାର୍ଚ୍ଚ ୧୨ ତାରିଖରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ ହୋଇଛି, ଯାହାର ଶୁଣାଣି ପ୍ରକ୍ରିୟା ଚାଲୁ ରହିଛି। ଇତିମଧ୍ୟରେ ଟ୍ରିବ୍ୟୁନାଲ ୨୯ଟି ବୈଠକ କରି ମହାନଦୀ ପ୍ରବାହିତ ରାଜ୍ୟଗୁଡ଼ିକଠାରୁ ତଥ୍ୟ ପ୍ରଦାନ ଏବଂ ସତ୍ୟପାଠ ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ବିଭିନ୍ନ ନଦୀରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇ ସରକାର ୪୬ଟି ଇନ୍‌ଷ୍ଟ୍ରିମ ବ୍ୟାରେଜ ଷ୍ଟ୍ରକ୍ଚର ପ୍ରକଳ୍ପ ନିର୍ମାଣ କରିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?