ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ । ଟ୍ରିବ୍ୟୁନାଲ ସ୍ପଟ ଭିଜିଟ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ। ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲ ଅବଧି ଶେଷ ହେବାକୁ ଯାଉଛି। ତେବେ ଓଡ଼ିଶା ଏବଂ ଛତିଶଗଡ଼ ୨୦୨୭ ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ ଅବଧି ବୃଦ୍ଧି ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଟ୍ରିବ୍ୟୁନାଲ ଚେୟାରପର୍ସନ ପଦ ଖାଲି ଥିବାରୁ ୯ ମାସ କାର୍ଯ୍ୟ ହୋଇନଥିଲା ବେଳେ କାର୍ଯ୍ୟକ୍ରମ ବିଳମ୍ବିତ ହୋଇଛି କହିଛନ୍ତି AG ପୀତାମୱର ଆଚାର୍ଯ୍ୟ।

ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

 

ସୂଚନାଯୋଗ୍ୟ, ମହାନଦୀ ଜଳ ବିବାଦର ସମାଧାନ ଲାଗି ମହାନଦୀ ଟ୍ରିବ୍ୟୁନାଲ ୨୦୧୮ ମାର୍ଚ୍ଚରେ ଗଠନ ହୋଇଥିଲା। ନିୟମ ଅନୁଯାୟୀ, ଏହି ବିବାଦର ଅନ୍ତ ୩ ବର୍ଷ ମଧ୍ୟରେ ହେବାକଥା। ମାତ୍ର ପ୍ରଥମ ପର୍ଯ୍ୟାୟରେ ଏହା ବଢ଼ି ୨୦୨୩ ମାର୍ଚ୍ଚରେ ଫଇସଲା ହେବାକୁ ଥିଲା। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏହାର କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୧୩ ଯାଏ ବଢ଼ାଯାଇଥିଲା।

ଆନ୍ତଃରାଜ୍ୟ ନଦୀଜଳ ବିବାଦ ଆଇନ-୧୯୫୬ର ଧାରା-୫(୨) ଅନୁସାରେ ଟ୍ରିବ୍ୟୁନାଲର ରିପୋର୍ଟ ଓ ନିଷ୍ପତ୍ତି ୩ ବର୍ଷ ମଧ୍ୟରେ ଦାଖଲ କରାଯିବା କଥା। ମାତ୍ର ୨୦୨୧ ମାର୍ଚ୍ଚ ୧୧ର ଧାର୍ଯ୍ୟ ସମୟସୀମା ଶେଷ ହେଉଥିଲେ ମଧ୍ୟ ଟ୍ରିବ୍ୟୁନାଲ ରିପୋର୍ଟ ଦେବାରେ ବିଫଳ ହେବା ପରେ କେନ୍ଦ୍ର ସରକାର ଏହି ଅବଧିକୁ ଆଉ ୨ ବର୍ଷ ଅର୍ଥାତ୍‌ ୨୦୨୩ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। କରୋନା ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚରୁ ୨୦୨୧ ଜୁନ୍‌ ପର୍ଯ୍ୟନ୍ତ କାର୍ଯ୍ୟ କରିପାରି ନ ଥିବା ଦର୍ଶାଇ ଟ୍ରିବ୍ୟୁନାଲ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ପୁଣିଥରେ ଅବଧି ବୃଦ୍ଧି ପାଇଁ ଅନୁରୋଧ କରାଯାଇଥିଲା। ତେବେ ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା। ଏହା ଉପରେ ରାଜ୍ୟର ପ୍ରାୟ ୧୬ଟି ଜିଲାର ଲୋକେ ପାନୀୟଜଳ, କୃଷିକାର୍ଯ୍ୟ ସହ ଶିଳ୍ପ ପାଇଁ ନିର୍ଭରଶୀଳ। ମାତ୍ର ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାର ୬୦ରୁ ଊଦ୍ଧର୍‌ବ ବନ୍ଧ ନିର୍ମାଣକରି ଜଳବିବାଦ ସୃଷ୍ଟି କରିଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୬ରେ ସୁପ୍ରିମ୍‌କୋର୍ଟରେ ଅଭିଯୋଗ କରାଯାଇଥିଲା। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାରଙ୍କ ଜଳଶକ୍ତି ମନ୍ତ୍ରଣାଳୟ ୨୦୧୮ ମାର୍ଚ୍ଚ ୧୨ରେ ୩ ଜଣିଆ ଖଣ୍ଡପୀଠଙ୍କୁ ନେଇ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ ଗଠନ କରିଥିଲେ। ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶକ୍ରମେ ଉଭୟ ରାଜ୍ୟର ବୈଷୟିକ କମିଟି ବାରମ୍ବାର ଗସ୍ତ କରିଥିଲେ ମଧ୍ୟ ତାହା ସମାଧାନ ଦିଗରେ ଅଗ୍ରସର ହୋଇ ନ ଥିଲା। ୨୦୨୩ ମେ’୧୯ରେ ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ବିଚାରପତି ଏ.ଏମ୍‌. ଖାନୱିଲକରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ୧୦ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲା। ଏହାପୂର୍ବରୁ ଛତିଶଗଡ଼ର ବ୍ୟାରେଜ୍‌ ଅଞ୍ଚଳକୁ କେନ୍ଦ୍ରୀୟ ଟ୍ରିବ୍ୟୁନାଲ ଦଳ ପରିଦର୍ଶନ କରିଥିଲା। ଟ୍ରିବ୍ୟୁନାଲ ଅଧ୍ୟକ୍ଷଙ୍କ ଗସ୍ତକୁ ନେଇ ଜଳସମ୍ପଦ ବିଭାଗ ତତ୍ପରତା ଦେଖାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?