ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିତ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ରଞ୍ଜିତଙ୍କ ଯୁକ୍ତି ଉପରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଗୁରୁବାର ହାଇକୋର୍ଟରେ ଜବାବ ପ୍ରଦାନ ଶେଷ ହୋଇଛି। ହାଇକୋର୍ଟ ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି କୌଣସି ପକ୍ଷଙ୍କର ଲିଖିତ ଯୁକ୍ତି ଥିଲେ ଉପସ୍ଥାପନ କରିବାକୁ ଆଦେଶ ଦେଇଛନ୍ତି। ପରବର୍ତ୍ତି ଶୁଣାଣି ଯାଏ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଏପ୍ରିଲ୍‌ ୧୦  ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଧାର୍ଯ୍ୟ ହୋଇଛି।
ସୂଚନାଯୋଗ୍ୟ, ୨୦୨୧ ଜାନୁଆରୀ ୨ରେ ମାହାଙ୍ଗାରେ ଭାରତୀୟ ଜନତା ପାର୍ଟି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ଟଣାରେ ତତ୍‌କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୂକ୍ତି ଥିବା ନେଇ ଅଭିଯୋଗ କରାଯାଇଥିଲା। ହେଲେ ମାହାଙ୍ଗା ଥାନା ପୋଲିସମ୍‌ ଏହି ହତ୍ୟା ମାମଲାରେ ଅଭିଯୋଗଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍‌ ଦେଇଥିଲା। ଏହି ମାମଲାରେ ତାଙ୍କୁ ନିମ୍ନ ଅଦାଲତରେ ହଜାର ହେବାକୁ କୁହାଯାଇଥିଲା।
ବିଧାୟକ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି କୋର୍ଟ କଗ୍ନିଜାନ୍ସ ଗ୍ରହଣ କରିଥିଲେ। ବିଧାୟକ ପ୍ରତାପ ଜେନାଙ୍କୁ ୨୦୨୩ ଅକ୍ଟୋବର ୩୧ ତାରିଖ ଦିନ ହାଜର ହେବାକୁ ସମନ ଜାରି କରିଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ନିମ୍ନକୋର୍ଟର କଗ୍ନିଜାନ୍ସ ଏବଂ ତାଙ୍କ ବିରୋଧରେ ଅଦାଲତରେ ହୋଇଥିବା କ୍ରିମିନାଲ ପ୍ରୋସିଡିଂ ରଦ୍ଦ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ପିଟିସନ ଦାୟର କରାଯାଇଥିଲା। ଗତ ନଭେମ୍ବର ୨ରେ ନିମ୍ନ ଅଦାଲତଙ୍କ ଆଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରି ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇ ଦେଇଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri