Posted inରାଜ୍ୟ

ମାହାଙ୍ଗା ଡବଲ ମର୍ଡର ଘଟଣା : ୧୨ ଜଣଙ୍କ ନାଁରେ ମାମଲା

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ(୬୨) ଓ ଦିବ୍ୟସିଂହ ବରାଳ(୭୦)ଙ୍କୁ ଶନିବାର ହତ୍ୟା କରାଯାଇଥିଲା। ରବିବାର ଡବଲ ମର୍ଡର ଘଟଣାର ତନାଘନା ଆରମ୍ଭ ହୋଇଛି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛି। ପୋଲିସ ଡିଆଇଜି ଆଶିଷ କୁମାର ସିଂ, ଗ୍ରାମାଞ୍ଚଳ ଏସ୍‌ପି ବି.ଯୁଗଳ କିଶୋର ଓ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ଜେନା ଘଟଣାସ୍ଥଳରେ ପହଞ୍ଚି ମାମଲାର ସମୀକ୍ଷା କରିଛନ୍ତି। ଏନେଇ କୁଳମଣିଙ୍କ ପୁଅ ଉମାକାନ୍ତ ବରାଳ ଥାନାରେ ୧୨ ଜଣଙ୍କ ନାମରେ ଅଭିଯୋଗ କରିବା ପରେ ପୋଲିସ ଏକ ହତ୍ୟା ମାମଲା(ନଂ.୫/୨୧) ରୁଜୁ କରିଛି। ତାଙ୍କ ଅଭିଯୋଗ ଅନୁଯାୟୀ, କୁଳମଣି କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେବା ପରେ ସାଲେପୁର ନିର୍ବାଚନମଣ୍ଡଳୀର ପ୍ରଭାରୀ ଭାବେ କାର୍ଯ୍ୟ କରୁଥିଲେ। କେନ୍ଦ୍ର ସରକାରଙ୍କ ଆବାସ ଯୋଜନାକୁ ରାଜ୍ୟ ସରକାର ହାଇଜାକ କରୁଥିବା ଦର୍ଶାଇ ସେ ବିପ୍ଳବ ଆରମ୍ଭ କରିଥିଲେ । ଏଥିସହ ସ୍ଥାନୀୟ ଅଞ୍ଚଳର ପାଇଖାନା ଦୁର୍ନୀତି ସମ୍ପର୍କରେ ଲୋକଲୋଚନକୁ ଆଣିଥିଲେ। ଏନେଇ ସେ ରାଜନୈତିକ ଆକ୍ରୋଶର ଶିକାର ହୋଇଛନ୍ତି। ମନ୍ତ୍ରୀଙ୍କ ଇଙ୍ଗିତରେ କେତେଜଣ ବିଜେଡି ସମର୍ଥତ୍ତ ବ୍ୟକ୍ତି କୁଳମଣି ଓ ସହଯୋଗୀ ଦିବ୍ୟସିଂହଙ୍କୁ ନିର୍ମମଭାବେ ହତ୍ୟା କରିଛନ୍ତି। ପୂର୍ବରୁ ବାପାଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ ପକ୍ଷରୁ କୌଣସି ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇ ନ ଥିଲା ବୋଲି ଉମାକାନ୍ତ କହିଛନ୍ତି। ଅପରପକ୍ଷେ ଏହି ଅଭିଯୋଗକୁ ମନ୍ତ୍ରୀ ପ୍ରତାପ ଜେନା ଖଣ୍ଡନ କରଛନ୍ତି। ସେ କୁଳମଣିଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି। ଆଇନ ଅନୁଯାୟୀ ସମସ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଜେନା ପ୍ରତିଶ୍ରୁତି ଦେଇଛନ୍ତି । ଏ ସମ୍ପର୍କରେ ଗ୍ରାମାଞ୍ଚଳ ଏସ୍‌ପି ଯୁଗଳ କିଶୋର କହିଛନ୍ତି, ମାମଲାର ତଦନ୍ତ ଜାରି ରହିଛି। ଅପରାଧୀଙ୍କୁ ଧରିବା ପାଇଁ ୫ ଜଣ ଆଇଆଇସିଙ୍କ ନେତୃତ୍ୱରେ ୫ଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ବିଭିନ୍ନ ଜାଗାରେ ଚଢ଼ାଉ କରାଯାଉଛି। ଜଣେ ବ୍ୟକ୍ତିଙ୍କୁ ଅଟକରଖି ପଚରାଉଚୁରା କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଉତ୍ତେଜନାକୁ ଦୃଷ୍ଟିରେ ରଖି ନୃତାଙ୍ଗ ଗ୍ରାମରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗାଁରେ ଶୋକାକୁଳ ପରିବେଶ ମଧ୍ୟରେ କୁଳମଣି ଓ ଦିବ୍ୟସିଂହଙ୍କ ମୃତଦେହ ସତ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri