ମାହାଙ୍ଗା ଡବଲ ମର୍ଡର ମାମଲା: ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ସମୟ ନେଲେ ପ୍ରତିପକ୍ଷ, ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୨ରେ

କଟକ,୧୬ା୪ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ପୁଣି ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ପ୍ରତିପକ୍ଷ ରଂଜିତ୍‌ ବରାଳ ଲିଖିତ ଯୁକ୍ତି ଉପସ୍ଥାପନ ପାଇଁ ଅଧିକ ସମୟ ଦେବା ନିମନ୍ତେ ହାଇକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟର ବିଚାରପତି ଗୌରୀଶଙ୍କର ଶତପଥୀ ମାମଲାର ଶୁଣାଣି କରି ଆବେଦନ ମଞ୍ଜୁରୀ କରିବା ସହ ପରବର୍ତ୍ତି ଶୁଣାଣି ନିମନ୍ତେ ଆସନ୍ତା ଏପ୍ରିଲ୍‌ ୨୨  ତାରିଖକୁ ଧାର୍ଯ୍ୟ କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ମସିହା ଜାନୁୟାରୀ ୨ ତାରିଖରେ ମାହାଙ୍ଗାରେ ଭାରତୀୟ ଜନତା ପାର୍ଟି ନେତା କୂୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ତତ୍‌କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ନେଇ ଅଭିଯୋଗ କରାଯାଇଥିଲା। ହେଲେ ମାହାଙ୍ଗା ଥାନା ପୋଲିସ୍‌ ଏହି ହତ୍ୟା ମାମଲାରେ ଅଭିଯୋଗଫର୍ଦ୍ଦରୁ ପ୍ରତାପ ଜେନାଙ୍କ ନାମକୁ ବାଦ୍‌ ଦେଇଥିଲା। ଏହି ମାମଲାରେ ତାଙ୍କୁ ନିମ୍ନ ଅଦାଲତରେ ହଜାର ହେବାକୁ କୁହାଯାଇଥିଲା। ବିଧାୟକ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି କୋର୍ଟ କଗ୍ନିଜାନ୍ସ ଗ୍ରହଣ କରିଥିଲେ। ବିଧାୟକ ପ୍ରତାପ ଜେନାଙ୍କୁ ୨୦୨୩ ଅକ୍ଟୋବର ୩୧ ତାରିଖ ଦିନ ହାଜର ହେବାକୁ ସମନ ଜାରି କରିଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ନିମ୍ନକୋର୍ଟର କଗ୍ନିଜାନ୍ସ ଏବଂ ତାଙ୍କ ବିରୋଧରେ ଅଦାଲତରେ ହୋଇଥିବା କ୍ରିମିନାଲ ପ୍ରୋସିଡିଂ ରଦ୍ଦ ପାଇଁ ପ୍ରାର୍ଥନା କରି ହାଇକୋର୍ଟରେ ପିଟିସନ ଦାୟର କରାଯାଇଥିଲା। ଗତ ନଭେମ୍ବର ୨ରେ ନିମ୍ନ ଅଦାଲତଙ୍କ ଆଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରି ବିଧାୟକଙ୍କୁ ଅନ୍ତରୀଣ ସୁରକ୍ଷା ଯୋଗାଇ ଦେଇଥିଲେ। ଗତ ମାର୍ଚ୍ଚ ୨୮ ତାରିଖ ଶୁଣାଣିରେ ରଂଜିତ୍‌ ବରାଳଙ୍କ ଯୁକ୍ତି ଉପରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ କରାଯାଇଥିଲା। ଏଥିସହ କୌଣସି ପକ୍ଷଙ୍କର ଲିଖିତ ଯୁକ୍ତି ଥିଲେ ଉପସ୍ଥାପନ କରିବାକୁ ହାଇକୋର୍ଟ ଆଦେଶ ଦେଇଥିଲେ। ବିଧାୟକ ଜେନାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri