ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୧ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଆଗତ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟରେ ବିଚାରପତିଙ୍କ ବେଞ୍ଚ ବଦଳିଥିବା ଜଣାଯାଇଛି। ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଷ୍ପତ୍ତି କ୍ରମେ ବିଧାୟକ ପ୍ରତାପ ଜେନାଙ୍କ ମାମଲାର ଶୁଣାଣି ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ବେଞ୍ଚରେ ହେବ। ଆସନ୍ତା ୧୫ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି ନିମନ୍ତେ ଧାର୍ଯ୍ୟ ହୋଇଛି। ତେବେ ସେ ପର୍ଯ୍ୟନ୍ତ ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିବ। ପୂର୍ବରୁ ମାମଲାର ଶୁଣାଣି କରୁଥିବା ବିଚାରପତି ବି.ପି. ରାଉତରାୟ ଏଥିରୁ ଓହରି ଯାଇଥିଲେ।
ସୂଚନାଯୋଗ୍ୟ ଯେ, ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ଜେନାଙ୍କୁ ବ୍ୟକ୍ତିଗତ ହାଜରା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ବ୍ୟକ୍ତିଗତ ହାଜରାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବା ସହ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ହାଇକୋର୍ଟରେ ଦାୟର କରିଥିଲେ। ଅକ୍ଟୋବର ୩୧ ତାରିଖରେ ଦାୟର ପିଟିସନ୍‌ ନଭେମ୍ବର ୨ ତାରିଖରେ ଶୁଣାଣି ହୋଇଥିଲା। ଏଥିରେ ପ୍ରତିପକ୍ଷ ରାଜ୍ୟ ସରକାର ଓ ରଣଜିତ ବରାଳଙ୍କୁ ହାଇକୋର୍ଟ ନୋଟିସ ଜାରି କରିଥିଲେ। ଏଥିସହ ହାଇକୋର୍ଟ ନିମ୍ନ ଅଦାଲତରୁ ରେକର୍ଡ ତଲବ କରିବା ସହ ବିଧାୟକ ଜେନାଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri