ବଢ଼ିଲା ପ୍ରତାପ ଜେନାଙ୍କ ଅଡ଼ୁଆ

କଟକ,୨୫।୧: ବଢ଼ିଲା ପ୍ରତାପ ଜେନାଙ୍କ ଅଡ଼ୁଆ। ମହାଙ୍ଗା ଡବଲ ମର୍ଡର ମାମଲାକୁ ବିଚାର ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୃତ କୁଳମଣୀଙ୍କ ପୁଅ ରଞ୍ଜିତ ବରାଳ ବାପାଙ୍କ ମୃତ୍ୟୁ ମାମଲା ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

ସୂଚନାଯୋଗ୍ୟ, ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମତ୍ୟୁ ଘଟିଥିଲା । ଏହି ଘଟଣାରେ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ୧୩ଜଣଙ୍କ ନାଁରେ ଆଭିଯୋଗ କରିଥିଲେ। ୧୩ଜଣ ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣଙ୍କୁ ଗିରଫ କରାଯାଇଥିଲା । ଏତଲା ଅନୁସାରେ ୧୩ତମ ଆଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା। ହେଲେ ପରବର୍ତ୍ତି ସମୟରେ ବିଧାୟକଙ୍କ ନାଁକୁ ଏଫଆଇଆରରୁ ହଟାଇଦିଆଯାଇଥିଲ। ଏହା ବିରୋଧରେ ରମାକାନ୍ତ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ଚାର୍ଜସିଟ କରିବାକୁ ମାହାଙ୍ଗା ଥାନା ପୋଲିସକୁ ସାଲେପୁର ଜେଏମଏଫସି ନିର୍ଦ୍ଦେଶ ଦେଇଥିଲେ ।

ଉକ୍ତବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ବି ଚାର୍ଜସିଟ କରିବାକୁ ପୋଲିସ ହେଳା କରିଥିଲା। ଏହାକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ କୋର୍ଟ । ସେହିବର୍ଷ ନଭେମ୍ବର ୨୫ତାରିଖ ସୁଦ୍ଧା ଚାର୍ଜସିଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଦୁର୍ଭାଗ୍ୟର ବିଷୟ ଡିସେମ୍ବର ୯ରେ ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଥିଲା। ପରେ ବାପାଙ୍କ ମୃତ୍ୟୁ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ କରିବା ପାଇଁ ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ । ଯାହାକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?