ବଦଳିଲେ ମାହାଙ୍ଗା ଥାନା ଅଧିକାରୀ

ନିଶ୍ଚିନ୍ତକୋଇଲି,୧୬ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କୁ ରବିବାର ଗ୍ରାମାଞ୍ଚଳ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବଦଳି କରିଦିଆଯାଇଛି। ସେ ଦୀର୍ଘଦିନ ହେବ ନେମାଳ ଓ ପରେ ମାହାଙ୍ଗା ଥାନା ଅଧିକାରୀଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ ସ୍ତ୍ରୀ ତଥା ରାୟଗଡା ଅବକାରୀ ଅଧୀକ୍ଷକ ନୀନା ବେଉରା ଶନିବାର ମଦ ବ୍ୟବସାୟୀଙ୍କଠାରୁ ୬ ଲକ୍ଷ ୨୯ ହଜାର ଟଙ୍କା ନେଇ ଭୁବନେଶ୍ୱର ଫେରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏହାପରେ ଭିଜିଲାନ୍ସ ଟିମ୍‌ ମାହାଙ୍ଗାରେ ପହଞ୍ଚତ୍ ନୀହାରଙ୍କ କ୍ୱାର୍ଟସକୁ ଚଢ଼ାଉ କରିବାକୁ ଯାଇଥିଲା। ମାତ୍ର ନୀହାର ତାଲା ପକାଇ ପଳାଇଯାଇଥିଲେ। ଶେଷରେ ଭିଜିଲାନ୍ସ ଟିମ୍‌ ତାଙ୍କ ସରକାରୀ ବାସଭବନକୁ ସିଲ୍‌ କରିଦେଇଥିଲା। ପରେ ଅତିରିକ୍ତ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ମହାନ୍ତି ଭିଜିଲାନ୍ସ କାର୍ଯ୍ୟାଳୟରେ ପହଞ୍ଚତ୍ ଥିଲେ। ସେଠାରେ ସ୍ବାମୀ ସ୍ତ୍ରୀଙ୍କୁ ମୁହାଁମୁହିଁ ଜେରା କରାଯାଇଛି।
ଅପରପକ୍ଷେ ନୀହାରଙ୍କ କାର୍ଯ୍ୟକୁ ନେଇ ଗତ ୨ ବର୍ଷ ହେବ ପ୍ରଶ୍ନ ଉଠିଥିଲା। କେତେବେଳେ ଖବରଦାତାଙ୍କୁ ମିଥ୍ୟା ମାମଲାର ଭୟ ଦେଖାଇବା ଓ କେତେବେଳେ କୋର୍ଟ ଆଦେଶକୁ ବେଖାତିର କରିବା ଭଳି ଘଟଣାକୁ ନେଇ ସେ ଚର୍ଚ୍ଚାର ପରିସରକୁ ଆସିଥିଲେ। ବିଶେଷ କରି ମାହାଙ୍ଗା ଡବଲମର୍ଡର ଘଟଣାରେ ଜେଏମ୍‌ଏଫ୍‌ସି କୋର୍ଟର ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଅଭିଯୁକ୍ତଙ୍କ କଲ୍‌ ଡିଟେଲ ରେକର୍ଡ ଦାଖଲ ନ କରି ସେ ବିବାଦକୁ ଆସିଥିଲେ। ତେବେ ଥାନା ଅଧିକାରୀଙ୍କ କେବଳ ବଦଳି ନା ଅଧିକ କାର୍ଯ୍ୟାନୁଷ୍ଠାନ ହେବ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ନୀହାରଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri