Posted inରାଜ୍ୟ

ମାହାଙ୍ଗା ଡବଲ ମର୍ଡର: କୋର୍ଟରେ ହାଜର ହେଲେନି ବିଧାୟକ ପ୍ରତାପ ଜେନା

ମାହାଙ୍ଗା,୩୧/୧୦: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟରେ ହାଜର ହୋଇନାହାନ୍ତି ବିଧାୟକ ପ୍ରତାପ ଜେନା। ପ୍ରତାପ ନିଜେ ହାଜର ନହୋଇ ନିଜର ଓକିଲଙ୍କ ମାଧ୍ୟମରେ ସାଲେପୁର ଜେଏମଏଫସି କୋର୍ଟରେ ହାଜର ହୋଇଥିଲେ। ପ୍ରତାପଙ୍କ ଓକିଲ ଆଇପିସି ୨୦୫ ଧାରାରେ ବଳରେ ବ୍ୟକ୍ତିଗତ ହାଜିରା ରୁ ବାଦ ଦେବାକୁ ସେ କୋର୍ଟରେ ଅନୁରୋଧ କରିଥିଲେ। ତେବେ ଏହି ଅପିଲକୁ ଗ୍ରହଣ ନକରିବାକୁ ପ୍ରତିପକ୍ଷ ଓକିଲ ଆବେଦନ କରିଛନ୍ତି। ଅସୁସ୍ଥ ଥିବା ନେଇ ପ୍ରତାପ କ୍ୟାପିଟାଲ ହସ୍ପିଟାଲର ସାର୍ଟିଫିକେଟ କୋର୍ଟଙ୍କ ପାଖରେ ଦେଇଛନ୍ତି।

ଖବର ଅନୁଯାୟୀ ମାହାଙ୍ଗା ଥାନା ଅଧୀନ ନୃତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ (୭୫) ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳ (୮୨)ଙ୍କୁ ୨୦୨୧ ଜାନୁୟାରୀ ୨ରେ ହତ୍ୟା କରାଯାଇଥିଲା। ମାହାଙ୍ଗା ନିର୍ବାଚନମଣ୍ଡଳୀରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା କୁଳମଣି ଅଭିଯୋଗ ଆଣିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ଚର୍ଚ୍ଚା ହୋଇଥିଲା। ଏହି ଘଟଣାରେ ମାହାଙ୍ଗା ବିଧାୟକ ତଥା ତତ୍କାଳୀନ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଥିଲା।

ପୋଲିସ ରୁଜୁ କରିଥିବା ମାମଲା (ନଂ.୫/୨୧)ରେ ମନ୍ତ୍ରୀ ଜେନାଙ୍କ ନାମ ଅଭିଯୁକ୍ତଙ୍କ ତାଲିକାର ୧୩ ନମ୍ବର ଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୋଲିସ ଜେନାଙ୍କ ନାମକୁ ଚାର୍ଜଶିଟ୍‌ରୁ କାଟି ଦେଇଥିଲା। ଏହାକୁ ବିରୋଧ କରି କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିଶନ (ନଂ.୨୧୭/୨୧) ଦାଏର କରିଥିଲେ। ମାମଲାର ଶୁଣାଣି କରି ମାଜିଷ୍ଟ୍ରେଟ୍‌ ବିଧାୟକ ଜେନାଙ୍କ ବିରୋଧରେ ଆସିଥିବା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ମାହାଙ୍ଗା ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ବିଧାୟକ ଜେନାଙ୍କ ପିଏ ଉମାକାନ୍ତ ବିଶ୍ୱାଳ(ବାପି), ତତ୍କାଳୀନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ ଶରତ ଚନ୍ଦ୍ର ନାୟକ ଏବଂ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପ୍ରଫୁଲ୍ଲ ବିଶ୍ୱାଳଙ୍କ କଲ୍‌ ଡିଟେଲ ରେକର୍ଡ (ସିଡିଆର) ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ ବାରମ୍ବାର କୋର୍ଟଙ୍କୁୁ ସମୟ ମାଗି ମାହାଙ୍ଗାର ତତ୍କାଳୀନ ଥାନାଧିକାରୀ ନୀହାର ରଞ୍ଜନ ମହାନ୍ତି ଅଡୁଆରେ ପଡିଥିଲେ। ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହାଜର ହୋଇ ତଥ୍ୟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସମୟ ଗଡ଼ାଇବା ଯୋଗୁ କୋର୍ଟ ତାଙ୍କୁ ଭର୍ତ୍ସନା କରିଥିଲେ। ଶେଷରେ ପୋଲିସ ଚାର୍ଜଶିଟ୍‌, ସିଡିଆର ସମେତ ମାମଲାର ଦସ୍ତାବିଜ କୋର୍ଟରେ ଦାଖଲ କରିଥିଲା। ଇତିମଧ୍ୟରେ କୁଳମଣିଙ୍କ ପୁଅ ରମାକାନ୍ତଙ୍କ ମୃତ୍ୟୁ ହେବା ପରେ ତାଙ୍କ ଭାଇ ରଞ୍ଜିତ କୁମାର ବରାଳ ପୁନର୍ବାର ରିଭ୍ୟୁ ପିଟିଶନ ଦାଖଲ କରିଥିଲେ। ସାକ୍ଷ୍ୟପ୍ରମାଣକୁ ଭିତ୍ତିକରି ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ଗତ ୧୫ ତାରିଖରେ ବିଧାୟକ ପ୍ରତାପ ଜେନାଙ୍କ ନାମରେ ଉପରୋକ୍ତ ସଙ୍ଗିନ ଦଫାରେ ମାମଲା ଚାଲୁ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଥାଉ କି, ନୃତାଙ୍ଗ ପଞ୍ଚାୟତର କୁଳମଣି ଓ ସହଯୋଗୀ ଦିବ୍ୟସିଂହ ଘଟଣାଦିନ ବାଇକ୍‌ରେ ଘରକୁ ଆସୁଥିଲାବେଳେ ଜଁଅକୋଠି ନିକଟରେ ସେମାନଙ୍କୁ ବୀଭତ୍ସ ଭାବେ ଆକ୍ରମଣ କରାଯାଇଥିଲା। ଏଥିରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବିଧାୟକ ଜେନାଙ୍କ ସମେତ ୧୩ ଜଣଙ୍କ ନାମରେ ମାହାଙ୍ଗା ଥାନାରେ ରମାକାନ୍ତ ଅଭିଯୋଗ କରିଥିଲେ। ପୋଲିସ ୯ ଜଣଙ୍କୁ ଗିରଫ କରିଥିଲା। ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପ୍ରଫୁଲ୍ଲ ବିଶ୍ୱାଳଙ୍କ ଘଟଣାର କିଛିଦିନ ପରେ ସନ୍ଦେହଜନକ ଭାବେ ଗାଡ଼ି ଚାପାରେ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଅଭିଯୁକ୍ତ ବିଜୟ କୁମାର ବରାଳ ଏବେ ବି ଫେରାର ଥିବା କୁହାଯାଉଛି। ଏହି ରାଜନୈତିକ ଡବଲ ମର୍ଡର ନେଇ ସେତେବେଳେ ରାଜ୍ୟରେ ହଟଚମଟ ସୃଷ୍ଟି ହୋଇଥିଲା। ଭାଜପା ଓ କଂଗ୍ରେସ ପକ୍ଷରୁ ତତ୍କାଳୀନ ମନ୍ତ୍ରୀ ଜେନାଙ୍କ ଗିରଫ ଦାବିରେ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଥିଲା। ପରେ କୋର୍ଟଙ୍କ ଆଦେଶ ବଳରେ ସାଲେପୁର ଏସ୍‌ଡିପିଓ ଘଟଣାର ତଦନ୍ତ କରି ରିପୋର୍ଟ ଦାଖଲ କରିଥିଲେ। ଅଭିଯୋଗକାରୀଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ପ୍ରବୀଣ କୁମାର କାନୁନ୍‌ଗୋ କହିଛନ୍ତି ଯେ, ଏହି ରାୟ ଆସିବାପରେ ନ୍ୟାୟିକ ସଂସ୍ଥା ଉପରେ ଲୋକଙ୍କ ବିଶ୍ୱାସ ଓ ଭରସା ବଢ଼ିଛି। ବିଳମ୍ବରେ ହେଲେ ବି ତତ୍କାଳୀନ ଆଇନମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକ ଜେନାଙ୍କ ବିରୋଧରେ କୋର୍ଟ ମାମଲା ଚଳାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟର ଜୟ ହେବ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ବିଧାୟକ ଜେନା କହିଛନ୍ତି ଯେ, ଡବଲ ମର୍ଡର ଘଟଣାରେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର କୌଣସି ସତ୍ୟାସତ୍ୟ ନାହିଁ। ତାଙ୍କ ବିରୋଧରେ ଭାଜପାର କେତେଜଣ ନେତା ଚକ୍ରାନ୍ତ ଚଳାଇଛନ୍ତି। ବିଶେଷକରି ଗତ ବିଧାନସଭା ନିର୍ବାଚନରେ ତାଙ୍କଠାରୁ ହାରିଥିବା ଭାଜପା ନେତା ଶାରଦା ପ୍ରଧାନ ଏହି ରାଜନୈତିକ ଷଡ଼ଯନ୍ତ୍ର କରିଛନ୍ତି। ଘଟଣାର ଅଭିଯୁକ୍ତମାନେ ଗଣମାଧ୍ୟମ ଆଗରେ ନିଜ ଦୋଷ ସ୍ବୀକାର କରି କେଉଁଥି ପାଇଁ ହତ୍ୟା କରିଥିଲେ ତାହା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri