ସମସ୍ୟା ନେଇ ତାତିଲେ ଚାଷୀ: ୧୭ରେ ବସିବ ମହାପଞ୍ଚାୟତ, ୩୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ସହ ଆଲୋଚନା ହେବ ଏ ସବୁ…

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମେଲଛାମୁଣ୍ଡାରେ ଗୁରୁବାର ଏକ ଚାଷୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମେଲଛାମୁଣ୍ଡା କୃଷକ ସଂଗଠନ ପକ୍ଷରୁ ଆୟୋଜିତ ଉକ୍ତ ବୈଠକରେ ୬ ପଞ୍ଚାୟତର ଚାଷୀ ପ୍ରତିନିଧିମାନେ ଯୋଗ ଦେଇଥିଲେ। ଚାଷୀ ସମ୍ମିଳନୀରେ ଚାଷୀନେତା ରମେଶ ମହାପାତ୍ର ଯୋଗଦେଇ ଆସନ୍ତା ୧୭ ତାରିଖ ବରଗଡ଼ରେ ହେବାକୁ ଥିବା ବିଶାଳ କିଷାନ ମହାପଞ୍ଚାୟତ ଉପରେ ବିସ୍ତୃତ ସୂଚନା ଦେଇଛନ୍ତି। ମହାପଞ୍ଚାୟତରେ ସଂଯୁକ୍ତ କିଷାନ ମୋର୍ଚ୍ଚାର କେନ୍ଦ୍ରୀୟ ନେତୃବୃନ୍ଦ ଯୋଗଦେବେ ବୋଲି ସେ କହିଛନ୍ତି। ବିଦ୍ୟୁତ୍‌ର କମ୍ପାନୀକରଣ, ସ୍ମାର୍ଟମିଟର ସ୍ଥାପନ, ୩୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌, ବକେୟା ବିଦ୍ୟୁତ୍‌ ବିଲ୍‌ ଛାଡ଼, ଜଳସେଚନ କ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ୍‌ ଜଳକର ଆଧାରରେ ଧାର୍ଯ୍ୟ କରିବା, ବିଜୁ କୃଷକ କଲ୍ୟାଣ ଯୋଜନାରେ ଖୋଲାଯାଇଥିବା ଗଭୀର ନଳକୂପ ଗୁଡ଼ିକୁ ବିଦ୍ୟୁତ୍‌ ସଂଯୋଗ, ଚାଷଜମିରେ ବିଦ୍ୟୁତ୍‌ ଖୁଣ୍ଟ ପୋତା ଯାଇଥିଲେ ଅଧିଗ୍ରହଣ କରି କ୍ଷତିପୂରଣ ପ୍ରଦାନ ପ୍ରସଙ୍ଗରେ ମହାପଞ୍ଚାୟତରେ ଆଲୋଚନା କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଚାଷୀନେତା ମହାପାତ୍ର ବୈଠକରେ ସୂଚନା ଦେଇଛନ୍ତି। ତେବେ ବୈଠକ ପରେ ଏକ ଚାଷୀ ପ୍ରତିନିଧି ଦଳ ମେଲଛାମୁଣ୍ଡା ମଣ୍ଡି ପରିଦର୍ଶନରେ ଯାଇଥିଲେ। ମଣ୍ଡିରେ ଚାଷୀଙ୍କ ଧାନବିକ୍ରି ନେଇ ବାରଣ କରାଯାଉଥିବା ଯୋଗୁ ସେ ନେଇ ବିଭାଗୀୟ କର୍ମଚାରୀଙ୍କ ସହିତ ଚାଷୀ ପ୍ରତିନିଧିବୃନ୍ଦ ବିଭାଗୀୟ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ। ଏହି ସମୟରେ ଚାଷୀ ପ୍ରତିନିଧି ଆନନ୍ଦ ଦିଶ୍ରୀ, ବିଶ୍ୱେଶ୍ୱର ନାୟକ, ବିମଳ ବାରିକ, ହାରାଧନ ସାହୁ, ସୁଶିଲ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri