ପୁରୀ,୨୬ା୧(ଅଜିତ୍ କୁମାର ମହାନ୍ତି):ମାଘ ଶୁକ୍ଳପକ୍ଷ ଦଶମୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତମହାପାତ୍ର ସେବକମାନେ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢ଼ିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ।