ରାଧାଦାମୋଦର ବେଶରେ ମହାପ୍ରଭୁ

ପୁରୀ ଅଫିସ,୭ା୧୦:ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥି ଅର୍ଥାତ୍‌ ଗୁରୁବାରଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଏଥିସହ ରତ୍ନସିଂହାସନରେ ଶ୍ରୀବିଗ୍ରହମାନେ ରାଧାଦାମୋଦର ବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ବେଶ ଏକମାସ ଅର୍ଥାତ୍‌ କାର୍ତ୍ତିକ ଶୁକ୍ଳ ଦଶମୀ ତିଥି ପର୍ଯ୍ୟନ୍ତ ଜାରି ରହିବ। ସେହିପରି ଗୁରୁବାରଠାରୁ ମହାପ୍ରଭୁଙ୍କ ନିକଟରେ ବାଳ ଭୋଗ ଲାଗି ହୋଇଛି। ଏହା କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଚାଲିବ। ଶ୍ରୀମନ୍ଦିର ସ୍ବତ୍ୱଲିପିି ଅନୁଯାୟୀ, କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ଶେଷ ହେବା ପରେ ରାଧାଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ। ଠାକୁରମାନେ ଏହି ବେଶରେ ବାଳଭୋଗ ପର୍ଯ୍ୟନ୍ତ ରହନ୍ତି। ଏହି ବେଶରେ ଥାଇ ରୋଷ ହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ ଭୋଗ, ସକାଳ ଧୂପ ଓ ବାଳ ଭୋଗ ହୋଇଥାଏ। ବାଳଭୋଗ ଛେକ ଆସିବା ପରେ ମୁଦିରସ୍ତ ସେବକ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରନ୍ତି ଓ ବାଳ ଭୋଗ ସରିବା ପରେ ତିନି ବାଡ଼ରେ ବନ୍ଦାପନା ହୋଇ ବେଶ ଓଲାଗି ହୋଇଥାଏ। ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ସମେତ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁରମାନଙ୍କୁ ଲାଗି କରାଯାଇଥାଏ। ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ଦୁଇହସ୍ତରେ ସୁବର୍ଣ୍ଣ ନଳୀଭୁଜ, ତ୍ରିମୁଣ୍ଡିରେ ବାଉଁଶ ପାତିଆ ଓ କନାରେ ନିର୍ମିତ ଚୂଳ, ଚୂଳ ଅଗ୍ରଭାଗରେ ରୁପା ଚନ୍ଦ୍ରିକା, କର୍ଣ୍ଣଦେଶରେ କୁଣ୍ଡଳ, କଟିଦେଶରେ ଓଡ଼ିଆଣି କମରପଟି, କଣ୍ଠରେ ସୁବର୍ଣ୍ଣ ଘାଗଡ଼ା ମାଳି, କପାଳରେ ତିଳକ, ଚନ୍ଦ୍ର, ସୂର୍ଯ୍ୟ ଓ ରାମାନନ୍ଦୀ ଚିତା ଇତ୍ୟାଦି ସୁବର୍ଣ୍ଣ ଅଳଙ୍କାର ଭୂଷିତ ହୋଇଥାନ୍ତି। ମସ୍ତକରେ ଡଡ଼ଗୀ ସହିତ ବିଭିନ୍ନ ପ୍ରକାର ପୁଷ୍ପ, ସ୍ବର୍ଣ୍ଣ ଅଳଙ୍କାର, ପାଟଶାଢ଼ି, ଶିରି କପଡ଼ା, ବଳା, ଅଧରବଳା ଓ ଉତ୍ତରୀୟ ଲାଗି ହୁଏ। ଏହି ବେଶରେ ବିଭିନ୍ନ ବାରରେ ବିଭିନ୍ନ ରଙ୍ଗର ପାଟବସ୍ତ୍ର ଲାଗି କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri