ଅଭିଷେକ ହେଲେ ମହାପ୍ରଭୁ

ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ କରୋନା କଟକଣା ଯୋଗୁ ଚଳିତବର୍ଷ ଭକ୍ତମାନେ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି।
ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ, ଅଭିଷେକ ପୂର୍ବ ଦିବସରୁ ଅର୍ଥାତ ରବିବାର ମହାପ୍ରଭୁଙ୍କ ଚନ୍ଦନଲାଗି ନୀତି ପରେ ୮୭ ଗରା ଜଳ ଓ ୨୧ ଗରା ଘିଅ ଭୋଗମଣ୍ଡପ ଘରେ ଅଧିବାସ ହୋଇ ରହିଥିଲା। ସୋମବାର ସକାଳଧୂପ ବଢି ଅଭିଷେକ ନୀତି ଆରମ୍ଭ ହୋଇଥିଲା। ଅଧିବାସ ହୋଇଥିବା ୧୦୮ ଗରା ଘିଅ ମିଶ୍ରିତ ଜଳରେ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଅଭିଷେକ କରାଯାଇଥିଲା। ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମହାଲକ୍ଷ୍ମୀ ମନ୍ଦିର ଜଗମୋହନକୁ ବିଜେ କରିଥିଲେ। ସେଠାରେ ତାଙ୍କର ମାଜଣା, ବନକଲାଗି ଓ ବେଶ କରାଯାଇଥିଲା। ଶ୍ରୀମନ୍ଦିରରେ ତିନିଠାକୁର ସୁବର୍ଣ୍ଣ କିରୀଟ, ଶ୍ରୀପୟର, ଶ୍ରୀଭୁଜ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ, ସେବତୀ ମାଳି, ଘାଗଡ଼ା ମାଳି, ମକର କୁଣ୍ଡଳ, ବାଘନଖି ପରି ବିଭିନ୍ନ ସ୍ବର୍ଣ୍ଣ ଅଳଙ୍କାର ଧାରଣ କରିଥିଲେ। ପରେ ମହାଲକ୍ଷ୍ମୀ ମନ୍ଦିରରୁ ଫେରି ଶ୍ରୀଅଙ୍ଗ ଲାଗିହୋଇଥିଲେ। ଭୋଗ ସମୟରେ ଭିତରଚ୍ଛ ମହାପାତ୍ର ଲକ୍ଷ୍ମଣ ରୂପରେ ଦଣ୍ଡଛତ୍ର ଏବଂ ହନୁମାନ ରୂପରେ ପାଳିଆ ମେକାପ ଦଣ୍ଡଛତ୍ର ମୂଳକୁ ଧାରଣ କରିଥିଲେ। ଏହି ବେଶରେ ମହାପ୍ରଭୁ ଫୁଲ ଧନୁଶର ଧାରଣ କରିଥିଲେ। ବନ୍ଦାପନା, ମଇଲମ ସରି ଦକ୍ଷିଣୀ ଘର ଭୋଗ ବଢିବା ପରେ ଶ୍ରୀରଘୁନାଥ ରତ୍ନସିଂହାସନ ନିକଟକୁ ବିଜେ କରିଥିଲେ। ଶ୍ରୀବିଗ୍ରହଙ୍କଠାରୁ ଆଜ୍ଞାମାଳ ଆଣି ଶ୍ରୀରଘୁନାଥଙ୍କୁ ପ୍ରଦାନ ପରେ ସେ ଲକ୍ଷ୍ମୀମନ୍ଦିରକୁ ବିଜେ କରିଥିଲେ। ସେଠାରେ ନୀତି ପରେ ଠାକୁର ଦକ୍ଷିଣୀ ଘରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ପୌରାଣିକ ତଥ୍ୟ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ବର୍ଷ ବନବାସ ପରେ ଅଯୋଧ୍ୟାକୁ ଫେରି ପୌଷପୂର୍ଣ୍ଣିମା ତିଥିରେ ସିଂହାସନରେ ଅଭିଷିକ୍ତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅଭିଷେକ ଉତ୍ସବ ହୋଇଥାଏ। ମଙ୍ଗଳବାର ଶ୍ରୀନଅରରେ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri