ଅଭିଷେକ ହେଲେ ମହାପ୍ରଭୁ

ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ କରୋନା କଟକଣା ଯୋଗୁ ଚଳିତବର୍ଷ ଭକ୍ତମାନେ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି।
ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ, ଅଭିଷେକ ପୂର୍ବ ଦିବସରୁ ଅର୍ଥାତ ରବିବାର ମହାପ୍ରଭୁଙ୍କ ଚନ୍ଦନଲାଗି ନୀତି ପରେ ୮୭ ଗରା ଜଳ ଓ ୨୧ ଗରା ଘିଅ ଭୋଗମଣ୍ଡପ ଘରେ ଅଧିବାସ ହୋଇ ରହିଥିଲା। ସୋମବାର ସକାଳଧୂପ ବଢି ଅଭିଷେକ ନୀତି ଆରମ୍ଭ ହୋଇଥିଲା। ଅଧିବାସ ହୋଇଥିବା ୧୦୮ ଗରା ଘିଅ ମିଶ୍ରିତ ଜଳରେ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଅଭିଷେକ କରାଯାଇଥିଲା। ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମହାଲକ୍ଷ୍ମୀ ମନ୍ଦିର ଜଗମୋହନକୁ ବିଜେ କରିଥିଲେ। ସେଠାରେ ତାଙ୍କର ମାଜଣା, ବନକଲାଗି ଓ ବେଶ କରାଯାଇଥିଲା। ଶ୍ରୀମନ୍ଦିରରେ ତିନିଠାକୁର ସୁବର୍ଣ୍ଣ କିରୀଟ, ଶ୍ରୀପୟର, ଶ୍ରୀଭୁଜ, ଆଡକାନି, ଚନ୍ଦ୍ର ସୂର୍ଯ୍ୟ, ସେବତୀ ମାଳି, ଘାଗଡ଼ା ମାଳି, ମକର କୁଣ୍ଡଳ, ବାଘନଖି ପରି ବିଭିନ୍ନ ସ୍ବର୍ଣ୍ଣ ଅଳଙ୍କାର ଧାରଣ କରିଥିଲେ। ପରେ ମହାଲକ୍ଷ୍ମୀ ମନ୍ଦିରରୁ ଫେରି ଶ୍ରୀଅଙ୍ଗ ଲାଗିହୋଇଥିଲେ। ଭୋଗ ସମୟରେ ଭିତରଚ୍ଛ ମହାପାତ୍ର ଲକ୍ଷ୍ମଣ ରୂପରେ ଦଣ୍ଡଛତ୍ର ଏବଂ ହନୁମାନ ରୂପରେ ପାଳିଆ ମେକାପ ଦଣ୍ଡଛତ୍ର ମୂଳକୁ ଧାରଣ କରିଥିଲେ। ଏହି ବେଶରେ ମହାପ୍ରଭୁ ଫୁଲ ଧନୁଶର ଧାରଣ କରିଥିଲେ। ବନ୍ଦାପନା, ମଇଲମ ସରି ଦକ୍ଷିଣୀ ଘର ଭୋଗ ବଢିବା ପରେ ଶ୍ରୀରଘୁନାଥ ରତ୍ନସିଂହାସନ ନିକଟକୁ ବିଜେ କରିଥିଲେ। ଶ୍ରୀବିଗ୍ରହଙ୍କଠାରୁ ଆଜ୍ଞାମାଳ ଆଣି ଶ୍ରୀରଘୁନାଥଙ୍କୁ ପ୍ରଦାନ ପରେ ସେ ଲକ୍ଷ୍ମୀମନ୍ଦିରକୁ ବିଜେ କରିଥିଲେ। ସେଠାରେ ନୀତି ପରେ ଠାକୁର ଦକ୍ଷିଣୀ ଘରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ପୌରାଣିକ ତଥ୍ୟ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ବର୍ଷ ବନବାସ ପରେ ଅଯୋଧ୍ୟାକୁ ଫେରି ପୌଷପୂର୍ଣ୍ଣିମା ତିଥିରେ ସିଂହାସନରେ ଅଭିଷିକ୍ତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅଭିଷେକ ଉତ୍ସବ ହୋଇଥାଏ। ମଙ୍ଗଳବାର ଶ୍ରୀନଅରରେ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri