ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୧୧।୮: ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ମଙ୍ଗଳବାର ହେଉଛି ପବିତ୍ର ଜନ୍ମାଷ୍ଟମୀ। ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣିପଡ଼ିି ଟେରା ବନ୍ଧା ହୋଇ ରୋଷରେ ସନ୍ଧ୍ୟାଧୂପ ଛେକ ଛାମୁକୁ ଆସିଥିଲା। ସନ୍ଧ୍ୟାଧୂପ ପୂଜା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଟେରା ବନ୍ଧା ହେବା ପରେ ଯେଉଡ ଭୋଗ (ଶାଗ, ତରକାରି, ପିଠା, ଝିଲି, ଓରିଆ, ଖିରି ଆଦି) ରୋଷରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା। ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ। ଧୋପଖାଳ ହେଲା ପରେ ପଣ୍ଡା, ପତି ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହି ବନ୍ଦାପନାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଅନ୍ୟାନ୍ୟ ନୀତି ବଢିଥିଲା। ଯେଉଡ ଭୋଗ ଏବଂ ଗର୍ଭଉଦକ ବନ୍ଦାପନା ସମ୍ପର୍କରେ ସଂସ୍କୃତି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି, ଗର୍ଭବତୀ ନାରୀମାନେ ସୁଖ ପ୍ରସବ ଲାଗି ଯେଉଡ଼ ଫଳ ଖାଇଥାନ୍ତି। ଜନ୍ମାଷ୍ଟମୀ ପୂର୍ବଦିନ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଯେଉଡ଼ ଭୋଗ ଖାଇଥାନ୍ତି। ତାଙ୍କ ଗର୍ଭରେ ଶ୍ରୀକୃଷ୍ଣ ରହିଥିବାରୁ ତାଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ଲୀଳାମୟ ଠାକୁରଙ୍କ ଏହା ଏକ ଅଲୌକିକ ଲୀଳା। ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତେଣୁ ତାଙ୍କଠାରୁ ଶ୍ରୀକୃଷ୍ଣ ସୃଷ୍ଟି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri