ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବରାତ୍ରି ଅବସରରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ସର୍କିଟ ହାଉସ୍‌ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଚଳିତବର୍ଷର ଜାଗର ଯାତ୍ରାକୁ ମହାଆଡ଼ମ୍ବରରେ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେହିଭଳି ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଯୋଗଦେଇ ପୂର୍ବବର୍ଷ ଭଳି ଚଳିତ ବର୍ଷ ବିଏମ୍‌ସି ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ବୈଠକ ପ୍ରାରମ୍ଭରେ ଜାଗର ନୀତି ନିର୍ଘଣ୍ଟ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଚଳିତ ବର୍ଷ ଆସନ୍ତା ମାର୍ଚ୍ଚ ୮ ତାରିଖ ଭୋର୍‌ ୩ ଘଟିକା ସମୟରେ ମନ୍ଦିର ଖୋଲାଯାଇ ରାତି ୧୦ଟାରେ ମହାଦୀପ ଉଠିବା ନେଇ ପୂର୍ବରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି। ଏଥିରେ ଶ୍ରୀଜିଉଙ୍କ ସମସ୍ତ ପାଳିଆ ଓ ସେବାୟତ ମନ୍ଦିରରେ ଉପସ୍ଥିତ ରହି ସହଯୋଗ କରିବାକୁ ବୈଠକରେ ପ୍ରସ୍ତାବ ଗ୍ରହଣ
କରାଯାଇଥିଲା। ଏଥି ସହ ଉକ୍ତ ବୈଠକରେ ବିଭିନ୍ନ ଆନୁଷଙ୍ଗିକ ଦାୟିତ୍ୱ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ବିଏମ୍‌ସିର ଅତିରିକ୍ତ କମିଶନର ଶୁଭେନ୍ଦୁ ସାହୁ, ଉପଜିଲାପାଳ ଚିନ୍ମୟ ଆଚାର୍ଯ୍ୟ, ବିଭିନ୍ନ ନିଯୋଗର କର୍ମକର୍ତ୍ତା ଏବଂ ଅନ୍ୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri