ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ, ବିଜେଡି ସାଙ୍ଗଠନିକ ସମ୍ପାଦକ

ପୁରୀ ଅଫିସ, ୪ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଉଭୟଙ୍କୁ ଜିଲାପାଳ ସମର୍ଥ ବର୍ମା, ଏସ୍‌ପି ବିଶାଲ କନଓ୍ବର ସିଂ, ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଏବଂ ସେବାୟତମାନେ ସ୍ବାଗତ ଜଣାଇଥିଲେ। ୫-ଟି ସଚିବ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଏବଂ ସେବାୟତମାନେ ମହାପ୍ରଭୁଙ୍କଲାଗି ଖଣ୍ଡୁଆ ଦେଇ ସମ୍ବର୍ଦ୍ଧିତ କରିବା ସହ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ। ଦୁହେଁ ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଭିକ୍ଷା କରିଥିଲେ। ଭିତର ବେଢ଼ାରେ ଥିବା ପାର୍ଶ୍ୱଦେବଦେବୀଙ୍କୁ ଦର୍ଶନ କରିବା ସହ କିଛି ସମୟ ବିତାଇବା ପରେ ଫେରିଥିଲେ। ଏହି ଅବସରରେ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ଦାସ କହିଥିଲେ, ମହାପ୍ରଭୁ ତାଙ୍କ କାର୍ଯ୍ୟ କରୁଛନ୍ତି। ଆମେ କିଛି ନୁହଁ। ମହାପ୍ରଭୁଙ୍କ ମାର୍ଗଦର୍ଶନରେ ହିଁ ସମସ୍ତ କାର୍ଯ୍ୟ ହେଉଛି। ସେ ହେଉଛନ୍ତି ଭକ୍ତର ଭଗବାନ। ଭକ୍ତଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କରାଯାଉଛି ଓ ଖୁବ୍‌ଶୀଘ୍ର ଏହା ସମ୍ପୂର୍ଣ୍ଣ ହେବ। କେହି ଏହାକୁ ଅଟକାଇ ପାରିବେନି ବୋଲି ଦାସ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri