ରାହୁରେଖା ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ,୯। ୮: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କୁ ସୁନା ରାହୁରେଖା ଲାଗି କରାଯାଇଛି। ଦଇତାପତି ସେବକମାନେ ରାହୁରେଖା ଲାଗି କରିଛନ୍ତି। ଭୋଗମଣ୍ଡପ ନୀତି ସମ୍ପନ୍ନ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଏହାପରେ ପାଳିଆ ପୁଷ୍ପାଳକ ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଝୋବାକଣ୍ଠି ମଇଲମ କରିଥିଲେ। ଶ୍ରୀଦେବୀ, ଭୂଦେବୀଙ୍କୁ ଖଟଶେଯ ଘରକୁ ବିଜେ କରାଇଥିଲେ। ଶୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ଓଷୁଅ ପ୍ରସ୍ତୁତ କରିଥିବାବେଳେ ବଣିଆମାନେ ସୁନା ରାହୁରେଖାକୁ ସଫା କରି ରଖିଥିଲେ। ଏହାପରେ ଦଇତାପତି ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କୁ ରାହୁରେଖା ଲାଗି କରିବା ପାଇଁ ପ୍ରସ୍ତୁତ ହୋଇଥିଲେ। ପାଳିଆ ମେକାପ ରାହୁରେଖାଗୁଡ଼ିକୁ ପତି ମହାପାତ୍ରଙ୍କ ହାତକୁ ବଢ଼ାଇଥିଲେ। ପତି ମହାପାତ୍ର ରାହୁରେଖାଗୁଡ଼ିକୁ ସଂସ୍କାର କରି ବଡ଼ବାଡ କ୍ରମରେ ଅର୍ଥାତ୍‌ ଶ୍ରୀବଳଭଦ୍ରଙ୍କଠାରୁ ଆରମ୍ଭ କରି ତିନିବାଡ଼ର ବାଡଗ୍ରାହୀ ଦଇତାଙ୍କୁ ପ୍ରଦାନ କରିଥିଲେ। ଏହାପରେ ସମସ୍ତ ଦଇତାପତି ମିଶି ଶୁଦ୍ଧସୁଆରଙ୍କଠାରୁ ଓଷୁଅ ଓ ଚାଙ୍ଗଡା ମେକାପଙ୍କଠାରୁ ବଇତମ (ସଫା ଛିଣ୍ଡା କନା) ନେଇ ଠାକୁରମାନଙ୍କ ଶ୍ରୀମୁଖରେ ରାହୁରେଖା ଲାଗି କରିଥିଲେ। ପରେ ରତ୍ନସିଂହାସନ ପୋଛା ମରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ଶ୍ରୀଦେବୀ, ଭୂଦେବୀଙ୍କୁ ଖଟଶେଯ ଘରୁ ଆଣି ରତ୍ନସିଂହାସନରେ ବିଜେ କରାଯାଇଥିଲା। ଏହାପରେ ଠାକୁରମାନଙ୍କ ମଇଲମ ହୋଇ ବେଶ ବଢିଥିଲା। ମଧ୍ୟାହ୍ନଧୂପ ପୂଜା ସରିବା ପରେ ପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ୩ ବାଡରେ ବନ୍ଦାପନା କରିଥିଲେ। ପରେ ମହାପ୍ରଭୁଙ୍କ ଅନ୍ୟ ନୀତି ବଢିଥିଲା। ସୂଚନାଯୋଗ୍ୟ, ରାହୁରେଖା ହେଉଛି ମହାପ୍ରଭୁଙ୍କ ଶ୍ରୀମୁଖକୁ ଉଦ୍‌ଭାସିତ କରୁଥିବା ଏକ ସୁବର୍ଣ୍ଣ ଅଳଙ୍କାର। ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନଚିତା ଏବଂ ରାହୁରେଖା ଲାଗି ହୋଇଥାଏ। ସପ୍ତାବରଣ କାର୍ଯ୍ୟ ପରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ରତ୍ନଚିତା ଏବଂ ରାହୁରେଖା ଲାଗି ହେବା ପରେ ଶ୍ରୀଅଙ୍ଗ ସ୍ବୟଂ ସମ୍ପୂର୍ଣ୍ଣ ହୋଇଥାଏ। ଚିତାଲାଗି ଅମାବାସ୍ୟରେ ରତ୍ନଚିତା ଏବଂ ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀରେ ରାହୁରେଖା ଲାଗି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri