ସବୁବେଳେ ଗୁପ୍ତ ସ୍ନାନ କରୁଥିବା ମହାପ୍ରଭୁ, ଆଜି କାହିଁକି କରନ୍ତି ପ୍ରତ୍ୟକ୍ଷ ସ୍ନାନ: ଜାଣନ୍ତୁ ରୋଚକ କଥା…

ଜ୍ୟେଷ୍ଠ ମାସ ପୂର୍ଣ୍ଣିମାକୁ ଦେବସ୍ନାନ ପୂର୍ଣ୍ଣିମା ଭାବେ ପାଳନ କରାଯାଇଥାଏ। ପରମ୍ପରା ଅନୁଯାୟୀ, ଚତୁର୍ଦ୍ଧାବିଗ୍ରହମାନେ ବର୍ଷରେ ଏହି ଗୋଟିଏ ଦିନ ପ୍ରତ୍ୟକ୍ଷ ସ୍ନାନ କରିଥାନ୍ତି। ତେଣୁ ଉକ୍ତ ଦିନକୁ ସ୍ନାନଯାତ୍ରା ବୋଲି କୁହାଯାଏ। ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହାପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ ବା ବିମ୍ବ ସ୍ନାନ କରାଯାଇଥାଏ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ସ୍ନାନଯାତ୍ରା ଅନ୍ୟତମ। ଏହାକୁ ଆଦ୍ୟ ଯାତ୍ରା ବୋଲି ମଧ୍ୟ କୁହାଯାଏ। ଏହି ଦିନକୁ ଶ୍ରୀବିଗ୍ରହମାନଙ୍କ ଜନ୍ମଦିନ ରୂପେ ମଧ୍ୟ ପାଳନ କରାଯାଇଥାଏ।

ସ୍ନାନଯାତ୍ରାର ଅନ୍ୟ ନାମ ମଞ୍ଚସ୍ନାନ
ଦାରୁଦିଅଁଙ୍କ ସ୍ନାନଯାତ୍ରାକୁ ମଞ୍ଚସ୍ନାନ ବୋଲି ମଧ୍ୟ କୁହାଯାଏ। ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି ସ୍ନାନଯାତ୍ରାକୁ ବିବେଚନା କରାଯାଏ। ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ରାଜା ଇନ୍ଦ୍ରଦ୍ୟୁମ୍ନ ଏହି ସ୍ନାନଲୀଳା କରାଇଥିଲେ। ସେତେବେଳେ ସ୍ନାନମଣ୍ଡପ ନ ଥିବାରୁ ଏକ କାଠମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା ବୋଲି ସୂଚନା ମିଳେ। ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ରହିଛି। ଶାସ୍ତ୍ରମତରେ ୧୦୮ ସୁନାକଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହ୍ମଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା।

ସ୍ନାନମଣ୍ଡପ
ଶ୍ରୀମନ୍ଦିର ଐଶାନ୍ୟ କୋଣ ତଥା ଆନନ୍ଦ ବଜାର ପରିସରରେ ସ୍ନାନମଣ୍ଡପ ଅବସ୍ଥିତ। ଶ୍ରୀବିଗ୍ରହମାନେ ସ୍ନାନପୂର୍ଣ୍ଣିମାରେ ଉକ୍ତ ମଣ୍ଡପରେ ସ୍ନାନ କରୁଥିବାରୁ ଏହାକୁ ସ୍ନାନମଣ୍ଡପ କୁହାଯାଏ। ମଣ୍ଡପର ଲମ୍ବ ଓ ପ୍ରସ୍ଥ ସମାନ ଅର୍ଥାତ ୭୫ ଫୁଟ ଲେଖାଏ। ମଣ୍ଡପର ଉଚ୍ଚତା ଉତ୍ତରରେ ୬ ଫୁଟ୍‌ ୬ ଇଞ୍ଚ ଓ ଦକ୍ଷିଣରେ ୬ ଫୁଟ ୩ ଇଞ୍ଚ। ମଣ୍ଡପକୁ ଉଠିବା ନିମନ୍ତେ ପାହାଚ ଅଛି। ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ପିଣ୍ଡିର ବ୍ୟାସ ୩ ଫୁଟ ୫ ଇଞ୍ଚ ଓ ପରିଧି ୭ ଇଞ୍ଚ। ସେହିପରି ଶ୍ରୀଜଗନ୍ନାଥଙ୍କ ପିଣ୍ଡିର ବ୍ୟାସ ୩ ଫୁଟ ୩ ଇଞ୍ଚ ଓ ପରିଧି ୯ ଫୁଟ୍‌ ୩ ଇଞ୍ଚ। ଦେବୀ ସୁଭଦ୍ରାଙ୍କ ପିଣ୍ଡିର ବ୍ୟାସ ୨ ଫୁଟ୍‌ ଓ ପରିଧି ୬ ଫୁଟ୍‌ ୫ ଇଞ୍ଚ।
ପ୍ରସ୍ତୁତି: ଅଜିତ୍‌ କୁମାର ମହାନ୍ତି, ପୁରୀ


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri