ମେଘନାଥ ପାଚେରିରେ ଫାଟ: ଅସନ୍ତୋଷ ଜାହିର କଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ; ପୂର୍ବ ସରକାରଙ୍କୁ ଟାର୍ଗେଟ କରି…

ପୁରୀ,୫।୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର( ଜଗୁନି)। ଘଟଣାରେ ସେ ନିଜର ଅସନ୍ତୋଷ ବ୍ୟକ୍ତ କରିବା ସହ ନାଁ ନନେଇ ପୂର୍ବ ବିଜେଡି ସରକାରଙ୍କୁ ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ମହାପ୍ରଭୁଙ୍କ ମେଘନାଦ ପାଚେରୀରେ ଫାଟ ନେଇ ଜଗନ୍ନାଥ ସ୍ବାଇଁ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ବେଳେ ଜେସିବି ଲଗାଇ ଭାଙ୍ଗିଲେ। ଚାରିକଡେ ଥିବା ମଠ, ମନ୍ଦିର, ଘର ସବୁ ଜେସିବିରେ ଭାଙ୍ଗିଦେଲେ। ଏହାଦ୍ୱାରା ମନ୍ଦିର ଚାରିକଡୁ ସପୋର୍ଟ କମିଗଲା, ଯେଉଁଥିପାଇଁ ପାଚେରୀ ଚାରିଆଡେ ଫାଟିଗଲା। ଏହାକୁ ସମ୍ପୂର୍ଣ୍ଣ ମରାମତି ନ କଲେ ପୂରା ଭାଙ୍ଗିଯିବ। ବର୍ତ୍ତମାନ ସ୍ଥିତି ଯାହା ଏଏ୍‌ସଆଇ ଏହାକୁ ସ୍ବତନ୍ତ୍ର ଭାବେ କାମ କରୁ। ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କଲେ ପୂରା ସମ୍ପୂର୍ଣ୍ଣ ହେବ ବୋଲି ସେ କହିଛନ୍ତି।

ଅପରପକ୍ଷେ ଜଗୁନିଙ୍କ ଭଳି ଭାଜପା ମଧ୍ୟ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି। ଭାଜପା ମୁଖପାତ୍ର ଅନୀଲ ବିଶ୍ୱାଳ ଖବରଦାତା ସମ୍ମିଳନୀରେ କହିଛନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଓ ତାଙ୍କ ସହଯୋଗୀ ଭିକେ ପାଣ୍ଡିଆନ ଏମିତି କିଛି ଭୁଲ କରିକି ଯାଇଛନ୍ତି, ଯାହାର ମୂଲ୍ୟ ଏବେ ଓଡ଼ିଶାକୁ ଦେବାକୁ ପଡୁଛି। ନିଜର ରାଜନୈତିକ ଫାଇଦା ପାଇଁ ସେମାନେ କିଭଳି ଏକ ପୁରାତନ ଐତିହ୍ୟକୁ ବିପଦକୁ ଠେଲି ଦେଇଛନ୍ତି, ତାହା ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri