ମେଘନାଥ ପାଚେରିରେ ଫାଟ: ଅସନ୍ତୋଷ ଜାହିର କଲେ ମହାପ୍ରଭୁଙ୍କ ବାଡ଼ଗ୍ରାହୀ; ପୂର୍ବ ସରକାରଙ୍କୁ ଟାର୍ଗେଟ କରି…

ପୁରୀ,୫।୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର( ଜଗୁନି)। ଘଟଣାରେ ସେ ନିଜର ଅସନ୍ତୋଷ ବ୍ୟକ୍ତ କରିବା ସହ ନାଁ ନନେଇ ପୂର୍ବ ବିଜେଡି ସରକାରଙ୍କୁ ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ମହାପ୍ରଭୁଙ୍କ ମେଘନାଦ ପାଚେରୀରେ ଫାଟ ନେଇ ଜଗନ୍ନାଥ ସ୍ବାଇଁ ମହାପାତ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ବେଳେ ଜେସିବି ଲଗାଇ ଭାଙ୍ଗିଲେ। ଚାରିକଡେ ଥିବା ମଠ, ମନ୍ଦିର, ଘର ସବୁ ଜେସିବିରେ ଭାଙ୍ଗିଦେଲେ। ଏହାଦ୍ୱାରା ମନ୍ଦିର ଚାରିକଡୁ ସପୋର୍ଟ କମିଗଲା, ଯେଉଁଥିପାଇଁ ପାଚେରୀ ଚାରିଆଡେ ଫାଟିଗଲା। ଏହାକୁ ସମ୍ପୂର୍ଣ୍ଣ ମରାମତି ନ କଲେ ପୂରା ଭାଙ୍ଗିଯିବ। ବର୍ତ୍ତମାନ ସ୍ଥିତି ଯାହା ଏଏ୍‌ସଆଇ ଏହାକୁ ସ୍ବତନ୍ତ୍ର ଭାବେ କାମ କରୁ। ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କଲେ ପୂରା ସମ୍ପୂର୍ଣ୍ଣ ହେବ ବୋଲି ସେ କହିଛନ୍ତି।

ଅପରପକ୍ଷେ ଜଗୁନିଙ୍କ ଭଳି ଭାଜପା ମଧ୍ୟ ପୂର୍ବ ସରକାରଙ୍କ ଉପରେ ବର୍ଷିଛନ୍ତି। ଭାଜପା ମୁଖପାତ୍ର ଅନୀଲ ବିଶ୍ୱାଳ ଖବରଦାତା ସମ୍ମିଳନୀରେ କହିଛନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଓ ତାଙ୍କ ସହଯୋଗୀ ଭିକେ ପାଣ୍ଡିଆନ ଏମିତି କିଛି ଭୁଲ କରିକି ଯାଇଛନ୍ତି, ଯାହାର ମୂଲ୍ୟ ଏବେ ଓଡ଼ିଶାକୁ ଦେବାକୁ ପଡୁଛି। ନିଜର ରାଜନୈତିକ ଫାଇଦା ପାଇଁ ସେମାନେ କିଭଳି ଏକ ପୁରାତନ ଐତିହ୍ୟକୁ ବିପଦକୁ ଠେଲି ଦେଇଛନ୍ତି, ତାହା ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ତାଳଚେର ଭାରତର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର

ଭୁବନେଶ୍ୱର,୨୨।୧: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ବୁଧବାର ଓଡ଼ିଶାର ତାଳଚେର ସହରର ବାୟୁ ଗୁଣବତ୍ତା ‘ଅତ୍ୟନ୍ତ ଖରାପ’ ବୋଲି ବର୍ଣ୍ଣନା କରାଯାଇଛି। ସିପିସିବି...

ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ...

ରାଙ୍ଗାପାରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ତୁମୁଡିବନ୍ଧ, ୨୨।୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ବେଲଘର ପଞ୍ଚାୟତ ରାଙ୍ଗପାରୁ ସ୍ଥିତ ଅନୁସୂଚିତ ଜାତି ଓ ଜନ ଜାତି ଉନ୍ନୟନ ବିଭାଗର...

୨୭ ତମ ବାର୍ଷିକ ଉତ୍ସବ, ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ: ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ

ବାଲିଗୁଡା, ୨୨।୧ (ସଞ୍ଜୟ କୁମାର ପାଣିଗ୍ରାହୀ): ରାଷ୍ଟ୍ରରେ ନବ ନିର୍ମାଣ ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ବାଲିଗୁଡା ଓ କୁର୍ତ୍ତମଗଡ଼ ସ୍ଥିତ ଗାୟତ୍ରୀ ଶକ୍ତିପୀଠରେ ୨୭ ତମ...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍....

ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍‌ଏସି କର୍ତ୍ତୃପକ୍ଷ

ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri