ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ: ଜାଣନ୍ତୁ କେତେବେଳେ ଦର୍ଶନ କରିପାରିବେନି ଭକ୍ତ

ପୁରୀ,୧୩ା୮(ଅଜିତ୍‌ କୁମାର ମହାନ୍ତି):ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି ବା ରେଖା ପଞ୍ଚମୀ ତିଥି ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁର୍ଦ୍ଧାବିଗ୍ରହଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଦଇତାପତି ସେବାୟତମାନେ ଗୋଷ୍ଠୀଗତ ଭାବେ ଏହି ଗୁପ୍ତନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ। ଏହି ନୀତି ସମୟରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ରହିବ। ମହାପ୍ରଭୁଙ୍କ ଏହି ଗୁପ୍ତନୀତି ନିମନ୍ତେ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନକରି ଥଣ୍ଡା ଜ୍ୱରରେ ପୀଡ଼ିତ ହେବାପରେ ଅଣସର ପିଣ୍ଡିଠାରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢ଼ି ଦିଆଯାଇଥିଲା। ପୁନର୍ବାର ରେଖା ପଞ୍ଚମୀ ଅବସରରେ ଦେଉଳକରଣ, ଚଢ଼ାଉକରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ ଲଗାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରି ସାରିବା ପରେ ୪ ବାଡ଼ର ବାଡ଼ଗ୍ରାହୀ ଦଇତାପତି ସେବାୟତମାନେ ଓଷୁଅ ଏବଂ କନା ଦ୍ୱାରା ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri