ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ: ଜାଣନ୍ତୁ କେତେବେଳେ ଦର୍ଶନ କରିପାରିବେନି ଭକ୍ତ

ପୁରୀ,୧୩ା୮(ଅଜିତ୍‌ କୁମାର ମହାନ୍ତି):ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି ବା ରେଖା ପଞ୍ଚମୀ ତିଥି ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁର୍ଦ୍ଧାବିଗ୍ରହଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଦଇତାପତି ସେବାୟତମାନେ ଗୋଷ୍ଠୀଗତ ଭାବେ ଏହି ଗୁପ୍ତନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ। ଏହି ନୀତି ସମୟରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ରହିବ। ମହାପ୍ରଭୁଙ୍କ ଏହି ଗୁପ୍ତନୀତି ନିମନ୍ତେ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନକରି ଥଣ୍ଡା ଜ୍ୱରରେ ପୀଡ଼ିତ ହେବାପରେ ଅଣସର ପିଣ୍ଡିଠାରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢ଼ି ଦିଆଯାଇଥିଲା। ପୁନର୍ବାର ରେଖା ପଞ୍ଚମୀ ଅବସରରେ ଦେଉଳକରଣ, ଚଢ଼ାଉକରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ ଲଗାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରି ସାରିବା ପରେ ୪ ବାଡ଼ର ବାଡ଼ଗ୍ରାହୀ ଦଇତାପତି ସେବାୟତମାନେ ଓଷୁଅ ଏବଂ କନା ଦ୍ୱାରା ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri