ଆଜି ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୧ା୪(ଅଜିତ କୁମାର ମହାନ୍ତି): ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପଇତାଲାଗି ନୀତି ସମ୍ପାଦନ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ପରମ୍ପରା ଅନୁଯାୟୀ, ପାଟରା ବିଶୋଇମାନେ ପ୍ରସ୍ତୁତ କରିଥିବା ପଇତାକୁ ରବିବାର ଦେଉଳକରଣଙ୍କୁ ହସ୍ତାନ୍ତର କରିଛନ୍ତି। ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ପରେ ପଇତାଲାଗି ନୀତି ହେବ। ପାଟଡୋରିରେ ନିର୍ମିତ ଜାଲିଯୁକ୍ତ ବସ୍ତ୍ରକୁ ମହାପ୍ରଭୁଙ୍କୁ ଲାଗି କରାଯିବ, ଯାହାକୁ ପଇତାଲାଗି ବୋଲି କୁହାଯାଏ। ବର୍ଷକରେ ଦୁଇଥର ଅର୍ଥାତ୍‌ ଚନ୍ଦନଯାତ୍ରା ଓ ଘୋଡ଼ଲାଗି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଦଇତାପତି ସେବାୟତମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ମହାପ୍ରଭୁଙ୍କ ପଇତାଲାଗି, ରାମାଭିଷେକ ଓ ବନକଲାଗି ଆଦି ବିଶେଷ ନୀତି ହେବାକୁ ଥିବାରୁ ୪ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri