ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ, ୧୪ା୧: ମକର ସଂକ୍ରାନ୍ତି ପୂର୍ବଦିନ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଲାଣ ଓ ଫୁଲ ମେଲାଣ ଉତ୍ସବ ସମ୍ପନ୍ନ ହୋଇଛି। ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଲାଗିକରିଥିଲେ। ବଡ଼ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୂଷଳ, କୁଣ୍ଡଳ, ତଡ଼ଗୀ ଇତ୍ୟାଦି ତିନି ଠାକୁରଙ୍କୁ ଲାଗିକରାଯାଇଥିଲା। ଏହି ବେଶରେ ଶ୍ରୀଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ, ଶଙ୍ଖ, ଚକ୍ର, ହଳ, ମୂଷଳ ଇତ୍ୟାଦି ଧାରଣ କରିଥିଲେ। ଏହା ନବାଙ୍କ ବେଶ ରୂପେ ପରିଚିତ। ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଶ୍ରୀଚୈତନ୍ୟ ଦେବ।
ସନ୍ଧ୍ୟା ଆଳତି, ଧୂପ ଓ ଚନ୍ଦନଲାଗି ସରିବା ପରେ ଭୋଗମଣ୍ଡପ ଘର ଧୋପଖାଳ ହୋଇ ଚାନ୍ଦୁଆ ବନ୍ଧାଯାଇଥିଲା। ପର୍ବଯାତ୍ରା ଯୋଗାଣିଆ ସେବକ ତିନିଟି ବାଉଁଶିଆରେ ଚାଉଳ ପୂରାଇ କୋଠ ସୁଆଁସିଆ ଦେଇଥିବା ଭଦ୍ରାସନ ଉପରେ ପୂଜାପଣ୍ଡା ମୁରୁଜ ପକାଇବା ପରେ ତାହା ଉପରେ ଚାଉଳ ବାଉଁଶିଆ ରଖି ଚେମେଡ଼ି, ପତନୀ, ପୁଷ୍ପ ଚନ୍ଦନ ଦେଇ ଅଧିବାସ ହୋଇଥିଲା। ଭୋଗମଣ୍ଡପ ଗୃହକୁ ତଢାଉ ସେବକ ମୁଦ ଦେଇଥିଲେ। ବଡ଼ସିଂହାର ବେଶରେ ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହୋଇଥିଲା। ଚିତା, ଗୁଣା, କରପଲ୍ଲବ, ଅଧରମାଳା ଓ ଶ୍ରୀପୟର ମାଳା ଗେଣ୍ଡୁଫୁଲରେ ନିର୍ମିତ ହୋଇଥିଲା। ଗେଣ୍ଡୁ ଓ ଗୋଲାପ ଫୁଲର ସମ୍ମିଶ୍ରଣରେ ହୃଦ ପଦକ ତିଆରି ହୋଇଥିଲା। ବଡ଼ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣଘରୁ ବିଜେ ହୋଇ ରତ୍ନସିଂହାସନକୁ ଆସିଥିଲେ। ପାଳିଆ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗ ଲାଗି ଆଜ୍ଞାମାଳ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମଦନମୋହନଙ୍କୁ ପ୍ରଦାନ କରିଥିଲେ। ରତ୍ନସିଂହାସନକୁ ସାଢ଼େ ଚାରିଥର ପ୍ରଦକ୍ଷିଣ କରି ବଟମୂଳସ୍ଥିତ ପାଲିଙ୍କିରେ ବିଜେ କରିଥିଲେ। ପରେ ଶ୍ରୀମନ୍ଦିର ଚାରିପଟେ ସାଢେ ଚାରିଥର ପ୍ରଦକ୍ଷିଣ କରିଥିଲେ। ମଦନମୋହନଙ୍କୁ ମହାଜନ ସେବାୟତ ହାତରେ ବିଜେ କରାଇ ଜୟବିଜୟ ଦ୍ୱାର ଲଣ୍ଡାବର୍ତ୍ତ ଉପରେ ଥିବାବେଳେ ପ୍ରସାଦ ଲାଗି, ବନ୍ଦାପନା ଆଦି ହୋଇଥିଲା। ମଦନମୋହନ ଦକ୍ଷିଣଘରକୁ ବାହୁଡ଼ା ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri