ଆଜିଠୁ ପହିଲି ଭୋଗ ନୀତି

ପୁରୀ, ୧୬ା୧୨(ଅଜିତ୍‌ ମହାନ୍ତି): ଶନିବାର ଧନୁ ସଂକ୍ରାନ୍ତି ପଡୁଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ନୀତି ଧନୁସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ପ୍ରତ୍ୟେକ ଦିନ ସୂର୍ଯ୍ୟୋଦୟ ପୂର୍ବରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତରଶୋଧ, ମହାପ୍ରଭୁଙ୍କ ମଙ୍ଗଳ ଆଳତି, ତଡପଲାଗି, ଅବକାଶ କରାଯାଇ ବେଶ ଶେଷ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ। ଚଳିତ ମାସ ୧୬ ତାରିଖରୁ ଆସନ୍ତା ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ। ସେଥିପାଇଁ ପ୍ରତିଦିନ ରାତ୍ର ୨ଟାରେ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ୨ଟା ୩୦ରେ ଭିତରଶୋଧ କରାଯିବ। ମଙ୍ଗଳଆଳତି ୨ଟା ୪୫, ପହିଲି ଭୋଗ ଓ ଗୋପାଳ ବଲ୍ଲଭ ୫ଟା ୨୦ରୁ ୬ଟା, ସକାଳ ଧୂପ (କେବଳ କୋଠଭୋଗ) ୬ଟା ୩୦ରୁ ୮ଟା, ମଇଲମ ଓ ବେଶ ୮ଟା ୨୦ରୁ ୯ଟା, ଭୋଗମଣ୍ଡପ ୮ଟା ୨୦ରୁ ୧୦ଟା, ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ) ୧୦.୩୦ରୁ ମଧ୍ୟାହ୍ନ ୧୨ଟା, ଦ୍ୱିତୀୟ ଭୋଗମଣ୍ଡପ ୧୧ଟା ୪୫ରୁ ୧ଟା, ଦ୍ୱାରଫିଟା ୪ଟା ୩୦, ସନ୍ଧ୍ୟା ଆଳତି ୫ଟା, ମଇଲମ – ବେଶ ସନ୍ଧ୍ୟା ୫ଟାରୁ ୬ଟା, ସନ୍ଧ୍ୟା ଧୂପ ୬ଟା ୩୦ରୁ ୮ଟା, ମଇଲମ ୮ଟା ୩୦, ଚନ୍ଦନ ଲାଗି ୯ଟା, ବଡ଼ସିଂହାର ବେଶ ୧୦ଟା, ଭୋଗ ୧୦ଟା ୩୦, ଟୋପରଲାଗି ୧୦ଟା ୪୫ ଏବଂ ରାତ୍ର ପହୁଡ଼ ରାତ୍ର ୧୧ଟାରେ ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?