ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

ପୁରୀ ଅଫିସ,୯ା ୧୧: କାର୍ତ୍ତିକ ପୂର୍ଣ୍ଣିମା ବା ପଞ୍ଚକ ଶେଷ ଦିବସରେ ଶ୍ରୀମନ୍ଦିରରେ ପାରମ୍ପରିକ ରୀତିନୀତି ଅନୁସାରେ ରନତ୍ସିଂହାସନ ଉପରେ ବିରାଜିତ ଶ୍ରୀବିଗ୍ରହଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ମହାପ୍ରଭୁଙ୍କ ବେଶ ଓ ନୀତି ଚଞ୍ଚଳ ହୋଇଥିଲା। ରାତି ୧୨ଟା ୧୫ ମିନିଟରେ ଦ୍ୱାର ଖୋଲାଯାଇ ମହାପ୍ରଭୁଙ୍କ ନୀତି ଆରମ୍ଭ କରାଯାଇଥିଲା। ବିଭିନ୍ନ ନୀତି ହୋଇ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଅବକାଶ ନୀତି ରାତି ୧ଟା ୫୦ରେ ସମ୍ପନ୍ନ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରନତ୍ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସୁସଜ୍ଜିତ କରିଥିଲେ। ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ଆଡକାନି , ବାଘନଖି ମାଳି ଓ ସେବତୀ ମାଳି ଆଦି ବିଭିନ୍ନ ରନତ୍ ଅଳଙ୍କାର ଧାରଣ କରିଥିଲେ। ରାତି ପ୍ରାୟ ୨ଟା ୫୦ ମିନିଟ୍‌ରେ ଶ୍ରୀବିଗ୍ରହଙ୍କ ରାଜାଧିରାଜ ବେଶ ସମ୍ପନ୍ନ ହୋଇଥିଲା। ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୂପ ଓ ବାଳଧୂପ, ଭୋଗମଣ୍ଡପ ଆଦି ନୀତି ସମ୍ପନ୍ନ ହୋଇଥିଲା।
ଅତୀତରେ ଓଡ଼ିଶାର ବହୁ ରାଜା, ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ସନ୍ତୋଷ ଲାଭ କରିବା ସହ ଠାକୁରଙ୍କ ଉଦ୍ଦେଶ୍ୟରେ ନାନା ରନତ୍ ଅଳଙ୍କାର ଦାନ କରୁଥିଲେ। ଅନ୍ୟପଟେ ଗତ ଦୁଇବର୍ଷ କରୋନା କଟକଣା ପାଇଁ ମହାପ୍ରଭୁଙ୍କ ସୁନାବେଶ ଦର୍ଶନରୁ ଭକ୍ତ ବଞ୍ଚତ୍ତ ହୋଇଥିବା ବେଳେ ଚଳିତବର୍ଷ ମଧ୍ୟ ଚନ୍ଦ୍ରଗ୍ରହଣ କାରଣରୁ ଭକ୍ତମାନେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନରୁ ବଞ୍ଚତ୍ତ ହେବା ନେଇ ଆଶଙ୍କା ଦେଖାଦେଇଥିଲା। ମାତ୍ର ମହାପ୍ରଭୁଙ୍କ କରୁଣାରୁ ନୀତିକାନ୍ତି ଶୀଘ୍ର ହୋଇଯାଇଥିବାରୁ ମଙ୍ଗଳବାର ସକାଳ ୬ଟାରୁ ଆରମ୍ଭ କରି ଚନ୍ଦ୍ରଗ୍ରହଣ ଲାଗିବା ପୂର୍ବ ସମୟ ପର୍ଯ୍ୟନ୍ତ(ଅପରାହ୍ନ ୨ଟା ଯାଏ) ଭକ୍ତମାନେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରି ଖୁସି ହୋଇଥିଲେ। ମହାପ୍ରଭୁଙ୍କୁ ଭୋଗମଣ୍ଡପ ପରେ ସୁନାବେଶ ଓଲାଗି ହେବା କଥା, ମାତ୍ର ଚନ୍ଦ୍ର ଗ୍ରହଣ ପାଇଁ ମହାପ୍ରଭୁଙ୍କ ଭୋଗମଣ୍ଡପ ପରେ ନୀତି ସ୍ଥଗିତ ରଖାଯାଇଥିଲା। ତେଣୁ ମହାପ୍ରଭୁଙ୍କ ସୁନାବେଶକୁ ଓଲାଗି କରାଯାଇ ନ ଥିଲା। ଫଳରେ ଭକ୍ତମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri