ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

ପୁରୀ ଅଫିସ,୯ା ୧୧: କାର୍ତ୍ତିକ ପୂର୍ଣ୍ଣିମା ବା ପଞ୍ଚକ ଶେଷ ଦିବସରେ ଶ୍ରୀମନ୍ଦିରରେ ପାରମ୍ପରିକ ରୀତିନୀତି ଅନୁସାରେ ରନତ୍ସିଂହାସନ ଉପରେ ବିରାଜିତ ଶ୍ରୀବିଗ୍ରହଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ମହାପ୍ରଭୁଙ୍କ ବେଶ ଓ ନୀତି ଚଞ୍ଚଳ ହୋଇଥିଲା। ରାତି ୧୨ଟା ୧୫ ମିନିଟରେ ଦ୍ୱାର ଖୋଲାଯାଇ ମହାପ୍ରଭୁଙ୍କ ନୀତି ଆରମ୍ଭ କରାଯାଇଥିଲା। ବିଭିନ୍ନ ନୀତି ହୋଇ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଅବକାଶ ନୀତି ରାତି ୧ଟା ୫୦ରେ ସମ୍ପନ୍ନ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରନତ୍ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସୁସଜ୍ଜିତ କରିଥିଲେ। ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ଆଡକାନି , ବାଘନଖି ମାଳି ଓ ସେବତୀ ମାଳି ଆଦି ବିଭିନ୍ନ ରନତ୍ ଅଳଙ୍କାର ଧାରଣ କରିଥିଲେ। ରାତି ପ୍ରାୟ ୨ଟା ୫୦ ମିନିଟ୍‌ରେ ଶ୍ରୀବିଗ୍ରହଙ୍କ ରାଜାଧିରାଜ ବେଶ ସମ୍ପନ୍ନ ହୋଇଥିଲା। ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୂପ ଓ ବାଳଧୂପ, ଭୋଗମଣ୍ଡପ ଆଦି ନୀତି ସମ୍ପନ୍ନ ହୋଇଥିଲା।
ଅତୀତରେ ଓଡ଼ିଶାର ବହୁ ରାଜା, ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ସନ୍ତୋଷ ଲାଭ କରିବା ସହ ଠାକୁରଙ୍କ ଉଦ୍ଦେଶ୍ୟରେ ନାନା ରନତ୍ ଅଳଙ୍କାର ଦାନ କରୁଥିଲେ। ଅନ୍ୟପଟେ ଗତ ଦୁଇବର୍ଷ କରୋନା କଟକଣା ପାଇଁ ମହାପ୍ରଭୁଙ୍କ ସୁନାବେଶ ଦର୍ଶନରୁ ଭକ୍ତ ବଞ୍ଚତ୍ତ ହୋଇଥିବା ବେଳେ ଚଳିତବର୍ଷ ମଧ୍ୟ ଚନ୍ଦ୍ରଗ୍ରହଣ କାରଣରୁ ଭକ୍ତମାନେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନରୁ ବଞ୍ଚତ୍ତ ହେବା ନେଇ ଆଶଙ୍କା ଦେଖାଦେଇଥିଲା। ମାତ୍ର ମହାପ୍ରଭୁଙ୍କ କରୁଣାରୁ ନୀତିକାନ୍ତି ଶୀଘ୍ର ହୋଇଯାଇଥିବାରୁ ମଙ୍ଗଳବାର ସକାଳ ୬ଟାରୁ ଆରମ୍ଭ କରି ଚନ୍ଦ୍ରଗ୍ରହଣ ଲାଗିବା ପୂର୍ବ ସମୟ ପର୍ଯ୍ୟନ୍ତ(ଅପରାହ୍ନ ୨ଟା ଯାଏ) ଭକ୍ତମାନେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରି ଖୁସି ହୋଇଥିଲେ। ମହାପ୍ରଭୁଙ୍କୁ ଭୋଗମଣ୍ଡପ ପରେ ସୁନାବେଶ ଓଲାଗି ହେବା କଥା, ମାତ୍ର ଚନ୍ଦ୍ର ଗ୍ରହଣ ପାଇଁ ମହାପ୍ରଭୁଙ୍କ ଭୋଗମଣ୍ଡପ ପରେ ନୀତି ସ୍ଥଗିତ ରଖାଯାଇଥିଲା। ତେଣୁ ମହାପ୍ରଭୁଙ୍କ ସୁନାବେଶକୁ ଓଲାଗି କରାଯାଇ ନ ଥିଲା। ଫଳରେ ଭକ୍ତମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?