ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ବିକ୍ରି ହେଲା ମହାପ୍ରସାଦ

ପୁରୀ,୨୯।୬(ଅଜିତ୍‌ ମହାନ୍ତି)ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ବୁଧବାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ନିକଟରେ ମହାପ୍ରସାଦ ବିକ୍ରି ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଆଘାତ ଦେଇଛି। କେତେଜଣ ସେବାୟତ ମହାପ୍ରସାଦ ଆଣି ରାସ୍ତା ଉପରେ ଭକ୍ତଙ୍କୁ ବିକ୍ରୟ କରୁଥିବା ଦେଖିବାକୁ ମିଳିଥିଲା। ମହାପ୍ରଭୁ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦିକୁ ଆସି ଆଡ଼ପମଣ୍ଡପରେ ଅବସ୍ଥାନ କରିବା ପରେ ବାହୁଡା ଯାତ୍ରା ଅବସରରେ ଭାଇଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ମହାପ୍ରଭୁ ରଥ ଉପରକୁ ବିଜେ ହେବା ପୂର୍ବରୁ ତାଙ୍କ ନିକଟରେ ଖେଚୁଡି ମହାପ୍ରସାଦ ଲାଗି ହୋଇଥାଏ। ମହାପ୍ରଭୁ ଖେଚୁଡି ଖାଇ ଯାତ୍ରାକୁ ଆସିଥାନ୍ତି। ତେଣୁ ମହାପ୍ରଭୁଙ୍କ ନିକଟରେ ଅନ୍ୟ କିଛି ଭୋଗ ହୋଇ ନ ଥାଏ। ମାତ୍ର ମହାପ୍ରଭୁ ରଥାରୂଢ଼ ହୋଇ ଶ୍ରୀମନ୍ଦିର ଅଭିମୁଖେ ଆସୁଥିବା ସମୟରେ ଶ୍ରୀଗୁଣ୍ଡିଚା ସିଂହଦ୍ୱାର ନିକଟରେ କେତେଜଣ ସେବାୟତ ରାସ୍ତାକଡରେ ରଖି ଭକ୍ତମାନଙ୍କୁ ବିକ୍ରୟ କରିଥିଲେ। ଜଣଙ୍କ ପିଛା ୧୦୦ ଏବଂ ୧୫୦ ଟଙ୍କା ହିସାବରେ ମହାପ୍ରସାଦ ବିକ୍ରୟ କରାଯାଇଥିଲା। ଅବଢ଼ା, ଡାଲି, ବେସର, ମହୁର, କାନିକା, ମିଠା ଡାଲି ଆଦି ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା। ଅପରପକ୍ଷରେ ଆନନ୍ଦବଜାରରେ ମହାପ୍ରସାଦ ବିକ୍ରି କରିବା ପାଇଁ ପ୍ରଶାସନ କହିଥିବା ବେଳେ ମନ୍ଦିର ବାହାରେ ମହାପ୍ରସାଦ ବିକ୍ରି ଉପରେ କଟକଣା ଜାରି କରିଛି। ଏହାସତ୍ତ୍ୱେ କେଉଁ ପରିସ୍ଥିତିରେ ଶ୍ରୀଗୁଣ୍ଡିଚା ମନ୍ଦିର ବାହାରେ ମହାପ୍ରସାଦ ବିକ୍ରି କରାଗଲା ତାହାକୁ ନେଇ ପ୍ରଶ୍ନ ଉଠିଛି। ତେବେ ଏ ନେଇ ସେବାୟତ ନିଯୋଗ କିମ୍ବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri