ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା କହିଲେ ଏହି ବଡ଼ କଥା

ପୁରୀ,୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ପ୍ରତିକ୍ରିୟାରେ ମହାରାଜା କହିଛନ୍ତି, ଦୀର୍ଘ ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର। ମରାମତି ନିହାତି ଆବଶ୍ୟକ ବୋଲି ଏଏସ୍‌ଆଇ କହିଛି। ରତ୍ନଭଣ୍ଡାର ଖୋଲିବା ନେଇ ସରକାରୀ ପ୍ରସ୍ତୁତି ଚାଲିଛି, ଏହା ଆନନ୍ଦର କଥା’। ରତ୍ନଭଣ୍ଡାର ଖୋଲି ମରାମତି ସହ ଗଣତି ମଣତି ନିହାତି ଆବଶ୍ୟକ ବୋଲି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି।

ସୂଚନା ଅନୁଯାୟୀ, ଚଳିତ ମାସ ୮ ତାରିଖଠାରୁ ୨୭ତାରିଖ ପର୍ଯ୍ୟନ୍ତ ଅର୍ଥାତ ୨୦ ଦିନ ଧରି ରତ୍ନଭଣ୍ଡାର ଖୋଲାଯାଇ ରତ୍ନ ଅଳଙ୍କାରଗୁଡ଼ିକୁ ଗଣତିମଣତି କରାଯାଇପାରେ। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଚଳିତ ମାସ ୫ତାରିଖରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇପାରେ। ତେଣୁ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ଅରିଜିତ ପଶାୟତ ୪ ତାରିଖରେ ଓଡ଼ିଶା ଆସୁଥିବା ସୂଚନା ମିଳିବା ପରେ ୫ତାରିଖରେ ବୈଠକ ବସି ରତ୍ନଭଣ୍ଡାର ଖୋଲିବା ନେଇ ଆଲୋଚନା କରାଯିବା ସହ ଅଳଙ୍କାର ଗଣତିମଣତି ନେଇ ନିଷ୍ପତ୍ତି ହୋଇପାରେ ବୋଲି ଅନୁମାନ କରାଯାଉଛି। ତେବେ ଏନେଇ ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅପରପକ୍ଷରେ ପୂର୍ବରୁ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ୮ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ସୂଚନା ଦେଇଥିଲେ, ଯାହାକୁ ପରେ ଆଇନମନ୍ତ୍ରୀ ଖଣ୍ଡନ କରିଥିଲେ। ସରକାରଙ୍କ ପକ୍ଷରୁ ଅନେକ ସମୟରେ କୁହାଯାଇଛି କି, ଉପଯୁକ୍ତ ସମୟରେ ରତ୍ନଭଣ୍ଡାର ଖୋଲାହେବ। ମାତ୍ର କେଉଁ ସମୟରେ ଖୋଲାହେବ ସେ ନେଇ କୌଣସି ସୂଚନା ପ୍ରଦାନ କରାଯାଉନାହିଁ। ରଥଯାତ୍ରା ପୂର୍ବରୁ ଜଷ୍ଟିସ୍‌ ପଶାୟତଙ୍କ ପୁରୀ ଗସ୍ତ ଏବଂ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ଅବସ୍ଥାନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯିବା ଓ ସୁରକ୍ଷା ଯୋଗାଇଦେବା ଆଦି ସୂଚନା ମିଳିବା ପରେ ଆସନ୍ତା ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଚର୍ଚ୍ଚା ବଢିଛି। ତେବେ ରାଜ୍ୟ ସରକାରଙ୍କ ଘୋଷଣା ପରେ ସମସ୍ତ କଥା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?