ଡାକ୍ତରଙ୍କ କ୍ଲିନିକ୍‌ ପ୍ରୀତି, ରୋଗୀ ହନ୍ତସନ୍ତ

ବ୍ରହ୍ମପୁର,୨୧ା୮(ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ ଓ ହସ୍ପିଟାଲର ଡାକ୍ତରଙ୍କ ଘରୋଇ କ୍ଲିନିକ ପ୍ରୀତି ରୋଗୀଙ୍କୁ ସମସ୍ୟାରେ ପକାଉଛି। ଡ୍ୟୁଟି ସମୟରେ ଡାକ୍ତର ଘରୋଇ କ୍ଲିନିକ୍‌ ଯାଇପାରିବେ ନାହିଁ ବୋଲି ସରକାର କଡ଼ା ନିୟମ କରଛନ୍ତି। କିନ୍ତୁ ଏହି ନିୟମକୁ ଡାକ୍ତରମାନେ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ଗୋଇଲୁଣ୍ଡିରୁ ନୂଆବସଷ୍ଟାଣ୍ଡ୍‌ ରୋଡ଼ରେ ବହୁ ଘରୋଇ କ୍ଲିନିକରେ ଏମ୍‌କେସିଜିର ଡାକ୍ତରମାନେ ଚିକିତ୍ସା କରୁଛନ୍ତି।
ଏମକେସିଜି ମେଡିକାଲ ଉପରେ ପ୍ରତିଦିନ ଦକ୍ଷିଣ ଓଡିଶା ଓ ପଡୋଶୀ ଆନ୍ଧ୍ରପ୍ରଦେଶର ହଜାର ହଜାର ରୋଗୀ ନିର୍ଭର କରୁଛନ୍ତି। ହେଲେ ଏଠାରେ ବରିଷ୍ଠ ଡାକ୍ତରମାନେ କନିଷ୍ଠ ଡାକ୍ତରଙ୍କୁ ଦାୟିତ୍ୱ ହସ୍ତାନ୍ତର କରି ଘରୋଇ କ୍ଲିନିକ ମୁହାଁ ହେଉଥିବା ଦେଖାଯାଉଛି। ଯଦ୍ୱାରା ମେଡିକାଲର ବିଭିନ୍ନ ବିଭାଗ ଆଗରେ ରୋଗୀ ଓ ସମ୍ପର୍କୀୟମାନେ ଘଣ୍ଟାଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା କରୁଛନ୍ତି। ଏହାର ଫାଇଦା ଉଠାଇ କ୍ଲିନିକର ଦଲାଲମାନେ ଡାକ୍ତରଙ୍କୁ ଶୀଘ୍ର ଦେଖାଇବା ନାଁରେ ରୋଗୀଙ୍କଠାରୁ ମୋଟା ଅଙ୍କର ଟଙ୍କା ଆଦାୟ କରୁଛନ୍ତି। ଫଳରେ ଗରିବ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଡାକ୍ତରଙ୍କ ଏଭଳି କାର୍ଯ୍ୟରେ ଅବହେଳା ଉପରେ ଅଙ୍କୁଶ ଲଗାଇବା ପାଇଁ ରାଜ୍ୟ ସରକାର ଏମ୍‌କେସିଜି ମେଡିକାଲରେ ବାୟୋମେଟ୍ରିକ ବ୍ୟବସ୍ଥା କଲେ। ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ମଧ୍ୟ ଲଗାଇଲେ। ଏହା ସତ୍ତ୍ୱେ ଡ୍ୟୁଟି ସମୟରେ ଡାକ୍ତରମାନେ ଘରୋଇ କ୍ଲିନକକୁ ଯାଉଛନ୍ତି। ଏ ନେଇ ମାନବ ଅଧିକାର ସୁରକ୍ଷା ମଞ୍ଚର ଆବାହକ ଅବନୀ ଗୟା ନିଜ ପ୍ରତିକ୍ରିୟାରେ କହିଛନ୍ତି, ରୋଗୀ କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଘଣ୍ଟ ଯାତ୍ରା ଜରିଆରେ ପ୍ରତିବାଦ କରିଆସୁଛୁ। ଡ୍ୟୁଟି ସମୟରେ ଡାକ୍ତରମାନେ ଯେପରି ଘରୋଇ କ୍ଲିନିକ ଯାଇ ନ ପାରିବେ ସେ ଦିଗରେ ୫-ଟି ସଚିବ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri