୨୭ରୁ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ, ବଲାଙ୍ଗୀର ବିଧାୟକ…

ବଲାଙ୍ଗୀର, ୨୫।୧(ସୁନିଲ କୁମାର ମହାନ୍ତି) : ଆସନ୍ତା ୨୭ ଜାନୁଆରୀ ଠାରୁ ୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣାମେଣ୍ଟ ବଲାଙ୍ଗୀର ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଆରମ୍ଭ ହେବ । ମହାରାଜା ଫୁଟବଲ ଏସୋସିଏସନ୍ ବଲାଙ୍ଗୀର ସହ‌ଯୋଗରେ ଏହି ଟୁର୍ନାମେଣ୍ଟ କରାଯାଉଛି । ଟୁର୍ଣ୍ଣାମେଣ୍ଟ କମିଟି ଅଧ୍ୟକ୍ଷ ଅନଙ୍ଗ ଉଦୟ ସିଂଦେଓ, ସଭାପତି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ଅଛନ୍ତି । ବଲାଙ୍ଗୀର ବିଧାୟକ ସିଂଦେଓଙ୍କ ତତ୍ତ୍ୱାବଧାନରେ ଏହି ଫୁଟବଲ ଟୁର୍ଣାମେଣ୍ଟ ଆୟୋଜିତ କରାଯାଉଛି ।

ଏହି ଟୁର୍ନାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରର ୮ଟି ଦଳ ଅଂଶଗ୍ରହଣ କରିବେ । ଏଥିରେ ଭିଲେଇ, କଲିକତା, ରାଉରକେଲା, ଫୁଲବାଣୀ, ବରଗଡ଼, ସମ୍ବଲପୁର କୁଚିନ୍‌ଡ଼ା, ସୁବର୍ଣ୍ଣପୁର ଓ ବଲାଙ୍ଗୀର ମହାରାଜା ଫୁଟବଲ ଆସୋସିଏସନ୍ ଭାଗ ନେଇଛନ୍ତି । ପ୍ରତ୍ୟେକ ଦିନ ‘ଏ’ ପୁଲର ଦୁଇଟି ମ୍ୟାଚ୍ ଅନୁଷ୍ଠିତ ହେବ । ପ୍ରଥମଟି ବଲାଙ୍ଗୀର ସହିତ ସମ୍ବଲପୁର କୁଚିନ୍‌ଡ଼ା ମଧ୍ୟରେ ଓ ଦ୍ଵିତୀୟଟି ଫୁଲବାଣୀ ସହିତ ରାଉରକେଲା ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ । ପ୍ରଥମ ସେମିଫାଇନାଲ ୨୮ ଜାନୁୟାରୀରେ ଖେଳାଯିବ । ସେହିପରି ‘ବି’ ପୁଲର ପ୍ରଥମ ମ୍ୟାଚ୍ ୨୯ରେ ଭିଲାଇ, ଛତିଶଗଡ଼ ସହିତ ସୁବର୍ଣ୍ଣପୁର, ୩୦ ଜାନୁଆରୀ କୋଲକତା, ପଶ୍ଚିମବଙ୍ଗ ସହିତ ବରଗଡ଼ ଦଳ ମଧ୍ୟରେ ମ୍ୟାଚ ଖେଳାଯିବ ।

ଜାନୁଆରୀ ୩୧ରେ ସେମିଫାଇନାଲ ଓ ୧ ଫେବୃଆରିରେ ଫାଇନାଲ ମ୍ୟାଚର ମୁକାବିଲା ହେଵ ବୋଲି ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ପକ୍ଷରୁ ଏକ ସାମ୍ବାଦିକ ସମ୍ମୀଳନୀ କରାଯାଇ କାର୍ଯ୍ୟକାରୀ ବିଦୁଭୂଷଣ ତ୍ରିପାଠୀ, ଉପସଭାପତି ଶମ୍ଭୁ ନାଗ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri