୨୭ରୁ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ, ବଲାଙ୍ଗୀର ବିଧାୟକ…

ବଲାଙ୍ଗୀର, ୨୫।୧(ସୁନିଲ କୁମାର ମହାନ୍ତି) : ଆସନ୍ତା ୨୭ ଜାନୁଆରୀ ଠାରୁ ୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣାମେଣ୍ଟ ବଲାଙ୍ଗୀର ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଆରମ୍ଭ ହେବ । ମହାରାଜା ଫୁଟବଲ ଏସୋସିଏସନ୍ ବଲାଙ୍ଗୀର ସହ‌ଯୋଗରେ ଏହି ଟୁର୍ନାମେଣ୍ଟ କରାଯାଉଛି । ଟୁର୍ଣ୍ଣାମେଣ୍ଟ କମିଟି ଅଧ୍ୟକ୍ଷ ଅନଙ୍ଗ ଉଦୟ ସିଂଦେଓ, ସଭାପତି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ଅଛନ୍ତି । ବଲାଙ୍ଗୀର ବିଧାୟକ ସିଂଦେଓଙ୍କ ତତ୍ତ୍ୱାବଧାନରେ ଏହି ଫୁଟବଲ ଟୁର୍ଣାମେଣ୍ଟ ଆୟୋଜିତ କରାଯାଉଛି ।

ଏହି ଟୁର୍ନାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରର ୮ଟି ଦଳ ଅଂଶଗ୍ରହଣ କରିବେ । ଏଥିରେ ଭିଲେଇ, କଲିକତା, ରାଉରକେଲା, ଫୁଲବାଣୀ, ବରଗଡ଼, ସମ୍ବଲପୁର କୁଚିନ୍‌ଡ଼ା, ସୁବର୍ଣ୍ଣପୁର ଓ ବଲାଙ୍ଗୀର ମହାରାଜା ଫୁଟବଲ ଆସୋସିଏସନ୍ ଭାଗ ନେଇଛନ୍ତି । ପ୍ରତ୍ୟେକ ଦିନ ‘ଏ’ ପୁଲର ଦୁଇଟି ମ୍ୟାଚ୍ ଅନୁଷ୍ଠିତ ହେବ । ପ୍ରଥମଟି ବଲାଙ୍ଗୀର ସହିତ ସମ୍ବଲପୁର କୁଚିନ୍‌ଡ଼ା ମଧ୍ୟରେ ଓ ଦ୍ଵିତୀୟଟି ଫୁଲବାଣୀ ସହିତ ରାଉରକେଲା ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ । ପ୍ରଥମ ସେମିଫାଇନାଲ ୨୮ ଜାନୁୟାରୀରେ ଖେଳାଯିବ । ସେହିପରି ‘ବି’ ପୁଲର ପ୍ରଥମ ମ୍ୟାଚ୍ ୨୯ରେ ଭିଲାଇ, ଛତିଶଗଡ଼ ସହିତ ସୁବର୍ଣ୍ଣପୁର, ୩୦ ଜାନୁଆରୀ କୋଲକତା, ପଶ୍ଚିମବଙ୍ଗ ସହିତ ବରଗଡ଼ ଦଳ ମଧ୍ୟରେ ମ୍ୟାଚ ଖେଳାଯିବ ।

ଜାନୁଆରୀ ୩୧ରେ ସେମିଫାଇନାଲ ଓ ୧ ଫେବୃଆରିରେ ଫାଇନାଲ ମ୍ୟାଚର ମୁକାବିଲା ହେଵ ବୋଲି ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ପକ୍ଷରୁ ଏକ ସାମ୍ବାଦିକ ସମ୍ମୀଳନୀ କରାଯାଇ କାର୍ଯ୍ୟକାରୀ ବିଦୁଭୂଷଣ ତ୍ରିପାଠୀ, ଉପସଭାପତି ଶମ୍ଭୁ ନାଗ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ…

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ)…

ଏହିଦିନ ସରିବ ସରପଞ୍ଚଙ୍କ କାର୍ଯ୍ୟକାଳ, ପଞ୍ଚାୟତ ନିର୍ବାଚନ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର, ୨୫ା୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟ ନିର୍ବାଚନ କମିଶନ ରବିବାର ସବୁ ଦ୍ୱନ୍ଦ୍ୱ ଦୂର କରି…

ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟରେ ପ୍ରଥମ ଆରମ୍ଭ ହେବ AI, ମେସିନ୍ ଲର୍ନିଂ ଲ୍ୟାବ୍‌

ଭୁବନେଶ୍ୱର, ୨୫ା୧: ସମଗ୍ର ବିଶ୍ୱ ଏବେ କୃତ୍ରିମ ବୁଦ୍ଧିମତ୍ତା(AI) ପଛରେ ଦୌଡ଼ିବାରେ ଲାଗିଛି। ଏହି ଦୋୖଡରେ ଏବେ ଓଡିଶାର ଶିକ୍ଷା ବ୍ୟବସ୍ଥା ସାମିଲ ହେବାକୁ ଯାଉଛି। ସମ୍ବଲପୁର…

ଟି୨୦ ବିଶ୍ୱକପ୍‌ରେ ସ୍କଟ୍‌ଲାଣ୍ଡ ସାମିଲ ହେବା ପରେ ମୁହଁ ଖୋଲିଲା ବାଂଲାଦେଶ କ୍ରିକେଟ ବୋର୍ଡ

ଢାକା,୨୫ା୧: ଆସନ୍ତା ୭ ତାରିଖରୁ ଭାରତରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଲାଗି ବାଂଲାଦେଶ ବଦଳରେ ସ୍କଟ୍‌ଲାଣ୍ଡକୁ ସାମିଲ କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ନିଷ୍ପତ୍ତିକୁ…

ଭଞ୍ଜନଗର ପୋଲିସକୁ ସଫଳତା, ୩୩ ମୋବାଇଲ ଫୋନ ଉଦ୍ଧାର କରି ଫେରାଇଲା

ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ହଜିଯାଇଥିବା ୩୩ଟି ମୋବାଇଲ ଫୋନ ଉଦ୍ଧାର କରିଛି । ଏହାସହ ପ୍ରକୃତ ହିତାଧିକାରୀଙ୍କୁ ଫେରାଇ ଦେଇଛି ।…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି

ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ…

ନକ୍‌ଆଉଟ ପ୍ରତିଯୋଗିତା: ଖଣ୍ଡାଧାର ଟାଇଟନ ଦଳ ଚାମ୍ପିୟନ

ଲହୁଣିପଡ଼ା,୨୫ା୧(ଦାଶରଥି ପଣ୍ଡା): ସୁନ୍ଦରଗଡ ଜିଲା ଲହୁଣିପଡ଼ା କ୍ରିକେଟ ଖେଳ ପଡ଼ିଆଠାରେ ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନ ପକ୍ଷରୁ ଚାଲିଥିବା ୧୭ତମ ପାଞ୍ଚଦିନିଆ ନକ୍‌ଆଉଟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri