ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କଲା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ

ବାରିପଦା,୨୬ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କରିଛି। ବିଭାଗର ସହକାରୀ ପ୍ରାଧ୍ୟାପକ ଡ.ସୁଦାମ ଚରଣ ସାହୁଙ୍କ ତତ୍ତ୍ୱାବଧାନରେ ଗବେଷଣାରତ ଛାତ୍ରୀ ସିଫନ ପ୍ରିୟଦର୍ଶନୀଙ୍କ ଦ୍ୱାରା ଶିମିଳିପାଳ ଅଭୟାରଣ୍ୟର କୁଳିପାଳ ଅଞ୍ଚଳରୁ ଏହି ନୂତନ ଉଦ୍ଭିଦ ଆବିଷ୍କାର କରାଯାଇଛି।

ପ୍ରାକ୍‌ ଗବେଷଣା ଲବ୍ଧ ତଥ୍ୟ ଅନୁଯାୟୀ ଓଡ଼ିଶାରେ ମୋଟ ୮ ପ୍ରଜାତି ଏବଂ ୨୯ ଜାତିର ଅଦା ଜାତୀୟ ଉଦ୍ଭିଦ ଦେଖାଯାଇଥାଏ। ଏହି ଉଦ୍ଭିଦ ଉପରେ ପର୍ଯ୍ୟବେଶିତ ୩ ବର୍ଷର ଗବେଷଣା ମଧ୍ୟରେ ଏହାକୁ ଠାବ କରାଯାଇଛି। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦିନ ଏହି ଉଦ୍ଭିଦଟି ଗବେଷକମାନଙ୍କ ଅନୁସନ୍ଧାନ ତଥା ପର୍ଯ୍ୟବେକ୍ଷଣରୁ ପ୍ରାପ୍ତ ହୋଇଥିବାରୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଅର୍ପଣ କରି ତାଙ୍କ ନାମ ଅନୁଯାୟୀ ‘ଜିଞ୍ଜିବର ଜଗନ୍ନାଥି’ ଭାବେ ନାମକରଣ କରାଯାଇଛି।

ଏକ ଅନ୍ତର୍ଜାତୀୟ ଗବେଷଣାମୂଳକ ପତ୍ରିକା ‘ଫାଇଟୋଟାକ୍ସା’ରେ ୨୦୨୫ ଫେବୃଆରୀ ୪ରେ ଏ ସମ୍ପର୍କିତ ତଥ୍ୟ ପ୍ରକାଶ ପାଇଛି। ଗବେଷକଙ୍କ କହିବା ଅନୁଯାୟୀ, ଏହି ଉଦ୍ଭିଦଟି ଶିମିଳିପାଳର ନିର୍ଦ୍ଦିଷ୍ଟ ଏକ ଅଞ୍ଚଳରୁ ଠାବ କରାଯାଇଥିବାରୁ ଏହାର ସଂରକ୍ଷଣ ଏବଂ ସଂଖ୍ୟାବୃଦ୍ଧିର ଆବଶ୍ୟକତା ରହିଛି। ଉଦ୍ଭିଦ ବିଜ୍ଞାନ ଗବେଷକ ଡ. ସାହୁଙ୍କ ମତ ଅନୁସାରେ ଶିମିଳିପାଳ ଏକ ଜୈବ ବିବିଧତାର କେନ୍ଦ୍ରସ୍ଥଳୀ ହୋଇଥିବାରୁ କନ୍ଦା ଓ ଅଦା ଜାତୀୟ ଉଦ୍ଭିଦର ବ୍ୟବହାର ଏବଂ ଔଷଧୀୟ ଗୁଣବତା ଉପରେ ଗବେଷଣା ଏକାନ୍ତ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri